ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ୧୫ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାକୁ ଦୁଇ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ।
ପ୍ରକାଶ ଯେ, ଗ୍ରାମର ତୁଲାରାମ ହାତୀ ମଦପିଇ କକାପୁଅ ଭାଇ ପଦୁଲୋଚନ ହାତୀ(୪୫) ଓ ତାଙ୍କ ପରିବାରକୁ ଗାଳିଗୁଲଜ କରିବା ସହ ଏକ ବାଡିରେ ପିଟିଥିଲେ। ପଦୁଲୋଚନର ମା’ ହାରାବତୀ ହାତୀ(୭୦) କାହିଁକି ମାଡପିଟ କରୁଛ ବୋଲି କହିବାରୁ ତାକୁ ମଧ୍ୟ ତୁଲାରାମ ଛାଡି ନ ଥିଲେ। ଫଳରେ ତାଙ୍କ ମୁଣ୍ଡ ଫାଟି ଯାଇଥିଲା। ପଦୁଲୋଚନଙ୍କ ସ୍ତ୍ରୀ ମଧ୍ୟ ମାଡରେ ଆହତ ହୋଇଥିଲେ। ଏ ନେଇ ପଦୁଲୋଚନଙ୍କ ଅଭିଯୋଗ ପରେ କଣ୍ଟାବାଞ୍ଜି ପୋଲିସ ଥାନାରେ କେସ ନଂ. ୨୨୮/୧୯ରେ ଏକ ମାମଲା ରୁଜୁ କରିଥିଲା। କଣ୍ଟାବାଞ୍ଜି ପୋଲିସ ଘଟଣାର ଦୁଇ ଦିନ ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ କରିବାରୁ ଘଟଣା ବିଷୟରେ ବଲାଙ୍ଗୀର ଏସ୍‌ପିଙ୍କୁ ଜଣାଇବେ ବୋଲି ଅଭିଯୋଗକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri