ନିଶା ନିବାରଣ ଲାଗି ଅଣ୍ଟା ଭିଡିଲେ ଛାତ୍ରୀଛାତ୍ର

ଖଇରା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଥାନା ଅଞ୍ଚଳରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ଚାଲିଛି। କେଉଁଠି ବହୁ ମୂଲ୍ୟ ଜୀବନ ଚାଲି ଯାଉଛି ତ ଆଉ କେଉଁଠି ଲୁଟ୍‌, ଛିନ୍‌ତାଇ ଯୋଗୁ ମହିଳାମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଏହାବ୍ୟତୀତ ନାବାଳିକାଙ୍କୁ ବଳାତ୍କାର ଖବର ଦୈନନ୍ଦିନ ନଜରକୁ ଆସୁଛି। ଏହାର ମୂଳକାରଣ ହେଉଛି ନିଶାସେବନ। ଏହା ହୃଦୟଙ୍ଗମ କରି ଖଇରା ଅଞ୍ଚଳର କେତେକ ଛାତ୍ରୀଛାତ୍ର ଏସବୁ ଅପରାଧକୁ ରୋକିବା ଲାଗି ଅଣ୍ଟା ଭିଡିଛନ୍ତି।
ବୁଧବାର ସକାଳେ ଛାତ୍ରୀଛାତ୍ରମାନେ ଏକ ଶୋଭାଯାତ୍ରାରେ ବଟେଶ୍ୱରରୁ ଖଇରା ଅଭିମୁଖେ ଯାତ୍ରା କରିଥିଲେ। ପରେ ଥାନାଧିକାରିଣୀଙ୍କ ଅନୁପସ୍ଥିତିରେ ଏଏସ୍‌ଆଇ ପ୍ରଦୀପ କୁମାର ମହାନ୍ତିଙ୍କୁ ନିଶାମୁକ୍ତ ଖଇରା ଗଠନ ଉପରେ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଛାତ୍ରୀ ରାଜଶ୍ରୀ ପ୍ରଧାନ, ବିଜୟଲକ୍ଷ୍ମୀ ପ୍ରଧାନ, ଛାତ୍ର ମଳୟ କୁମାର ଗିରି, ସତ୍ୟପ୍ରକାଶ ସାମଲ, ଓମ୍‌ ପ୍ରକାଶ ଗିରି, ରଶ୍ମି ରଞ୍ଜନ ରାଉତ, ପ୍ରିତମ କୁମାର ଲେଙ୍କା, ପଙ୍କଜ ନାୟକ ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri