ନିଶା ବେପାରୀଙ୍କ ବେଆଇନ ଦୋକାନ ଉଚ୍ଛେଦ କରିବ ବିଡିଏ: ଡିସିପି

ଭୁବନେଶ୍ୱର, ୧୯ା୭(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସରକାରୀ ସ୍ଥାନକୁ ଜବରଦଖଲ କରି ବେଆଇନ ନିଶା କାରବାର ଚାଲୁଛି। ବିଭିନ୍ନ ଦୋକାନ ଖୋଲି ସେଥିରେ ନିଶାଦ୍ରବ୍ୟ ବ୍ୟବସାୟ କରାଯାଉଛି। ସେହି ଦୋକାନଗୁଡିକ ଚିହ୍ନଟ କରି ତାହାକୁ ଉଚ୍ଛେଦ କରିବା ପାଇଁ ବିଏମସିକୁ ଚିଠି କରାଯାଇଛି। ସପ୍ତାହକ ମଧ୍ୟରେ ୩୦ ମାମଲା ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ ଜେଲ ପଠାଇ ଦିଆଯାଇଯାଇଛି। ନିଶା କାରବାରରେ ସଂପୃକ୍ତ ପେସାଦାର ବେପାରୀଙ୍କ ଉପରେ ୧୧୦ ଦଫା ଲଗାଯିବ ବୋଲି ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛିନ୍ତି।
ଡିସିପି ସାହୁ କହିଛନ୍ତି, ଅନେକ ଶିକ୍ଷା ଅନୁଷ୍ଠାନ ଓ ସରକାରୀ ସ୍ଥାନରେ ନିଶା କାରବାରରେ ସଂପୃକ୍ତ ଅଭିଯୁକ୍ତମାନେ ବେଆଇନ ଭାବେ ଘର କରି ଓ କ୍ୟାବିନ ପକାଇ ବେପାର ଚଳାଇଛନ୍ତି। ସେମାନେ ଗିରଫ ହୋଇ ଜେଲରୁ ଫେରିବା ପରେ ପୁଣି ସେଠାରେ କାରବାର ଚଳାଉଛନ୍ତି। ତେଣୁ ଆଗକୁ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନଙ୍କ ଦୋକନଗୁଡିକୁ ବିଡିଏ ଏନ୍‌ଫୋର୍ସମେଣ୍ଟ ଟିମ୍‌ ସମ୍ପୂର୍ଣ୍ଣ ଉଚ୍ଛେଦ କରିବ। ଏଥିସହ ଯୁବପିଢି ଓ ଛାତ୍ରୀଛାତ୍ର ବ୍ରାଉନସୁଗାର ନିଶା କବଳରୁ ଦୂରେଇ ରହିବା ନେଇ ରାଜଧାନୀରେ ଏହି ସ୍ବତନ୍ତ୍ର ଚଢାଉ କାର୍ଯ୍ୟକ୍ରମ ଜାରି ରହିବ। ବେଆଇନ ନିଶା କାରବାର ଉପରେ ରୋକ୍‌ ଲଗାଇବା ନେଇ ପୋଲିସ କମିଶନରଙ୍କୁ ଆଉ ତିନୋଟି ପ୍ରସ୍ତାବ ଦିଆଯାଇଥିବାବେଳେ ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri