ନିଶ୍ଚିନ୍ତକୋଇଲିରେ ଅମ୍ଫନ୍‌ ରଚିଲା ତାଣ୍ଡବ

ନିଶ୍ଚିନ୍ତକୋଇଲି,୨୦।୫(ସ୍ବ.ପ୍ର.): ମହାବାତ୍ୟା ଅମ୍ଫନ୍‌ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ବୁଧବାର ତାଣ୍ଡବ ରଚିଛି। ଏହି ବ୍ଲକରେ ଥିବା ୪୧ଟି ପଞ୍ଚାୟତ ମଧ୍ୟରୁ ୩୦ଟିରେ ଗମନାଗମନ ଠପ୍‌ ହୋଇଯାଇଛି। ସେହିପରି ଅସୁରେଶ୍ୱରରୁ ୨୨୩ଜଣଙ୍କୁ ଓ କାଟିକଟା ପଞ୍ଚାୟତରୁ ୩୦୦ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା ସହ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ବିସ୍ଥାପିତଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଇଛି ବୋଲି ବିଡିଓ କର୍ନଦେବ ସମାଧର କହିଛନ୍ତି। ବାତ୍ୟା ଅମ୍ଫନ୍‌ ଯୋଗୁ ବିଶେଷ କରି ଲୁଣ-ଚିତ୍ରତାଳ ଓ ମହାନଦୀ-ଚିତ୍ରତୋଳ ନଦୀ ଅବବାହିକାରେ ଥିବା ପଞ୍ଚାୟତଗୁଡିକ ବହୁତ କ୍ଷତି ହୋଇଛି। ଏଥିସହ ବନ୍ଧୁପୁର, କଲମିଶ୍ରୀ, ଦନାର୍ଦନପୁର ବନ୍ଧକାଟିଆ, ଦନାଦନପୁର ଓ ଜଗସିଂପୁର ଓ କେନ୍ଦ୍ରାପଡା ସଂଲଗ୍ନ ଥିବା ପଞ୍ଚାୟତ ଗୁଡିକ ପ୍ରଭାବିତ ହୋଇଛି। ମଙ୍ଗଳବାର ରାତିରୁ ବୁଧବାର ଅପରାହ୍ନ ପଯ୍ୟନ୍ତ ବର୍ଷା ଓ ପବନ ଲାଗି ରହିଥିଲା। ତୀବ୍ର ବେଗରେ ପବନ ବୋହିବାରୁ ବହୁ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ବିଦ୍ୟୁତ୍‌ ସରବରାହ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବା ବେଳେ ଟେଲି ଯୋଗାଯୋଗ ମଧ୍ୟ ବିଛିନ୍ନ ହୋଇଛି। ସେହିଭଳି କେତେକ ଚାଳ ଘର ଓ ଗୋରୁ ଗୁହାଳ ଭାଙ୍ଗିଥିବା ନେଇ ପ୍ରଶାସନ ପ୍ରାଥମିକ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri