ନିଷେଧ ପଲିଥିନ ବନ୍ଦ ପାଇଁ ଚଢ଼ାଉ

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବଢ଼ି ଚାଲିଛି ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା। ପରିବେଶ ଓ ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀକୁ ନିଷେଧ କରାଯାଇଛି। ଗତବର୍ଷ ଗାନ୍ଧୀ ଜୟନ୍ତୀରୁ ପଲିଥିନ ନିଷେଧ ହୋଇଥିଲେ ବି ବେଧଡ଼କ ଭାବେ ଏହାର ବ୍ୟବହାର କରାଯାଉଛି। କଟକଣା ଲାଗୁ ହେବାର କିଛିଦିନ ପର୍ଯ୍ୟନ୍ତ ଚଢ଼ାଉ ଜୋର୍‌ଦାର କରାଯାଇ ସମସ୍ତେ ଚୁପ୍‌ ହୋଇଗଲେ। ଏପରିକି ନିୟମ ଉଲ୍ଲଂଘନକାରୀଙ୍କ ଉପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଏବେ ପୁଣି ବିଏମ୍‌ସି ହଠାତ୍‌ ତତ୍ପର ହୋଇ ଉଠିଛି। ପଲିଥିନ କଟକଣାକୁ ଏଣିକି ସ୍ଥାୟୀ ଭାବେ କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତ ହୋଇଛି ବିଏମ୍‌ସି। ଏଥିପାଇଁ ଦୁଇଟି ସ୍କ୍ବାଡ୍‌ ଗଠନ କରାଯାଇଥିବାବେଳେ ଶୁକ୍ରବାରଠାରୁ ଚଢ଼ାଉ ପାଇଁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
ମିଳିଥିବା ସୂଚନାନୁସାରରେ, ଉକ୍ତ ସ୍କ୍ବାଡ୍‌ରେ ବିଏମ୍‌ସି ସହ କମିଶନରେଟ ପୋଲିସ, ବନ ବିଭାଗ ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଅଧିକାରୀମାନେ ସାମିଲ୍‌ ହୋଇଛନ୍ତି। ଦୁଇଜଣ ପୋଲିସ ସହଯୋଗରେ ପ୍ରତି ସ୍କ୍ବାଡ୍‌ ଚଢ଼ାଉ କରିବ। ତେବେ ଚଢାଉ ସମୟରେ ନିଷେଧ ପଲିଥିନ/ ପ୍ଲାଷ୍ଟିକ ସାମଗ୍ରୀ ଜବତ ସହ ଜରିମାନା ଆଦାୟ ଓ କାରଣ ଦର୍ଶାଅ ନୋଟିସ ଜାରି ଆଦି କ୍ଷମତା ସ୍କ୍ବାଡ୍‌ ଉପରେ ନ୍ୟସ୍ତ କରାଯାଇଛି। ଏଥିସହ ନିୟମକୁ କଡାକଡା ପାଳନ ଉପରେ ଗୁରୁତ୍ୱ ଦିଆଯିବ। ଏଥିପାଇଁ ପ୍ରସ୍ତୁତ କର୍ତ୍ତା, ବ୍ୟବହାରକାରୀ ଓ ସମସ୍ତଙ୍କୁ ଅବଗତ କରାଯିବ। ଗୁରୁବାର ସହରର ବିଭିନ୍ନ ସ୍ଥାନରେ ସ୍କ୍ବାଡ୍‌ ପକ୍ଷରୁ ପଲିଥିନ ନିଷେଧ ସଂକ୍ରାନ୍ତରେ ପ୍ରଚାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri