ନିଷେଧ ପଲିଥିନ ବନ୍ଦ ପାଇଁ ଚଢ଼ାଉ

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବଢ଼ି ଚାଲିଛି ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା। ପରିବେଶ ଓ ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀକୁ ନିଷେଧ କରାଯାଇଛି। ଗତବର୍ଷ ଗାନ୍ଧୀ ଜୟନ୍ତୀରୁ ପଲିଥିନ ନିଷେଧ ହୋଇଥିଲେ ବି ବେଧଡ଼କ ଭାବେ ଏହାର ବ୍ୟବହାର କରାଯାଉଛି। କଟକଣା ଲାଗୁ ହେବାର କିଛିଦିନ ପର୍ଯ୍ୟନ୍ତ ଚଢ଼ାଉ ଜୋର୍‌ଦାର କରାଯାଇ ସମସ୍ତେ ଚୁପ୍‌ ହୋଇଗଲେ। ଏପରିକି ନିୟମ ଉଲ୍ଲଂଘନକାରୀଙ୍କ ଉପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଏବେ ପୁଣି ବିଏମ୍‌ସି ହଠାତ୍‌ ତତ୍ପର ହୋଇ ଉଠିଛି। ପଲିଥିନ କଟକଣାକୁ ଏଣିକି ସ୍ଥାୟୀ ଭାବେ କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତ ହୋଇଛି ବିଏମ୍‌ସି। ଏଥିପାଇଁ ଦୁଇଟି ସ୍କ୍ବାଡ୍‌ ଗଠନ କରାଯାଇଥିବାବେଳେ ଶୁକ୍ରବାରଠାରୁ ଚଢ଼ାଉ ପାଇଁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
ମିଳିଥିବା ସୂଚନାନୁସାରରେ, ଉକ୍ତ ସ୍କ୍ବାଡ୍‌ରେ ବିଏମ୍‌ସି ସହ କମିଶନରେଟ ପୋଲିସ, ବନ ବିଭାଗ ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଅଧିକାରୀମାନେ ସାମିଲ୍‌ ହୋଇଛନ୍ତି। ଦୁଇଜଣ ପୋଲିସ ସହଯୋଗରେ ପ୍ରତି ସ୍କ୍ବାଡ୍‌ ଚଢ଼ାଉ କରିବ। ତେବେ ଚଢାଉ ସମୟରେ ନିଷେଧ ପଲିଥିନ/ ପ୍ଲାଷ୍ଟିକ ସାମଗ୍ରୀ ଜବତ ସହ ଜରିମାନା ଆଦାୟ ଓ କାରଣ ଦର୍ଶାଅ ନୋଟିସ ଜାରି ଆଦି କ୍ଷମତା ସ୍କ୍ବାଡ୍‌ ଉପରେ ନ୍ୟସ୍ତ କରାଯାଇଛି। ଏଥିସହ ନିୟମକୁ କଡାକଡା ପାଳନ ଉପରେ ଗୁରୁତ୍ୱ ଦିଆଯିବ। ଏଥିପାଇଁ ପ୍ରସ୍ତୁତ କର୍ତ୍ତା, ବ୍ୟବହାରକାରୀ ଓ ସମସ୍ତଙ୍କୁ ଅବଗତ କରାଯିବ। ଗୁରୁବାର ସହରର ବିଭିନ୍ନ ସ୍ଥାନରେ ସ୍କ୍ବାଡ୍‌ ପକ୍ଷରୁ ପଲିଥିନ ନିଷେଧ ସଂକ୍ରାନ୍ତରେ ପ୍ରଚାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?