ନିଷ୍ପତ୍ତି ବଦଳାଇଲେ ସରକାର

ନୂଆଦିଲ୍ଲୀ,୫ା୫: ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ନେବା ଲାଗି ସରକାର ଟ୍ରେନ ଚଳାଚଳକୁ ଅନୁମତି ଦେଇଛନ୍ତି। ତେବେ ଶ୍ରମିକମାନଙ୍କ ଭଡ଼ା କିଏ ଦେବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେବା ପରେ ସରକାର ନିଷ୍ପତ୍ତି ବଦଳାଇଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ଟ୍ରେନ୍‌ ଭଡ଼ା ଦେବାକୁ ପଡ଼ିବ ନାହିଁ। ଭଡ଼ାର ୮୫% ରେଲଓ୍ବେ ଭରଣା କରିବ ଏବଂ ରାଜ୍ୟ ସରକାର ଅବଶିଷ୍ଟ ୧୫ % ପ୍ରଦାନ କରିବେ ବୋଲି କେନ୍ଦ୍ର ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି।
ଶ୍ରମିକଙ୍କଠାରୁ ରାଜ୍ୟ ସରକାର ଭଡ଼ା ସଂଗ୍ରହ କରି ରେଲଓ୍ବେ ନିକଟରେ ଜମା କରିବେ ବୋଲି ରବିବାର ଗାଇଡ୍‌ଲାଇନରେ କୁହାଯାଇଥିଲା। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳକୁ ଅନୁମତି ମିଳିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି। ଶ୍ରମିକଙ୍କଠାରୁ ଭଡ଼ା ଆଦାୟ ନେଇ କିଛି କୁହାଯାଇ ନ ଥିଲା। ରେଲଓ୍ବେ ଓ ସମ୍ପୃକ୍ତ ରାଜ୍ୟ ଭଡ଼ା ବହନ କରିବ ବୋଲି ଗଣମାଧ୍ୟମକୁ ସରକାର ସୂଚନା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ରେଳଭଡ଼ା ସମ୍ପୃକ୍ତ ରାଜ୍ୟ ଶାଖା କଂଗ୍ରେସ ଯୋଗାଇଦେବ ବୋଲି ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଘୋଷଣା କରିଥିଲେ। ରେଳ ମନ୍ତ୍ରଣାଳୟ ପିଏମ୍‌-କେୟାର ପାଣ୍ଠିକୁ ୧୫୧ କୋଟି ଟଙ୍କା ଦାନ କରିଥିବାବେଳେ ଦାଦନ ଶ୍ରମିକଙ୍କଠାରୁ ଭଡ଼ା ନେଉଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ୍‌ କରିଥିଲେ। ପରେ ସରକାର ତାଙ୍କ ନିଷ୍ପତ୍ତି ବଦଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri