ନିୟନ୍ତ୍ରଣ କକ୍ଷକୁ ଆସିଛି ୮,୫୬୨ କଲ୍‌

ପୁରୀ ଅଫିସ,୧୬ା୪: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ ପୁରୀ କେୟାର୍ସ ଅଭିଯାନ ସଫଳତା ସହ ଲୋକମାନଙ୍କ ପାଖରେ ପହଞ୍ଚିପାରିଛି। କରୋନା ମୁକାବିଲା ପାଇଁ ହଠାତ୍‌ ଲକ୍‌ଡାଉନ ଘୋଷଣା ପରେ ଅଟକି ରହିଥିବା ରାଜ୍ୟ ଓ ରାଜ୍ୟ ବାହାର ଶ୍ରମିକ, ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡରେ ରହିଥିବା ନିରାଶ୍ରୟ ବ୍ୟକ୍ତି, ମାନସିକ ବିକାରଗ୍ରସ୍ତ ଓ ଅଭାବୀ ମଣିଷଙ୍କୁ ସହାୟତା କରିବା ନିମନ୍ତେ ଜିଲାପାଳ ବଲୱନ୍ତ ସିଂ ଏହି ଅଭିଯାନ ଆରମ୍ଭ କରିଥିଲେ। ଏଭଳି ଅଭିଯୋଗର ଶୁଣାଣି ଓ ସମାଧାନ ପାଇଁ ଏକ ପୂର୍ଣ୍ଣକାଳୀନ ନିୟନ୍ତ୍ରଣ କକ୍ଷ ଖୋଲାଯାଇଥିଲା। ଅଭିଯୋଗ ମିଳିବା ମାତ୍ରକେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇ ନିରାଶ୍ରୟଙ୍କ ନିମନ୍ତେ ଖାଇବା ଓ ରହିବା ବନ୍ଦୋବସ୍ତ ତୁରନ୍ତ କରାଯାଉଛି। ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ ଗ୍ରାମାଞ୍ଚଳରେ ୩,୭୯୨ ଏବଂ ସହରାଞ୍ଚଳରେ ୨୮୬୯ ମୋଟ ୬୬୬୧ଜଣ ଶ୍ରମିକଙ୍କୁ ଖାଦ୍ୟସାମଗ୍ରୀ ଓ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। ସେହିପରି ଗ୍ରାମାଞ୍ଚଳରେ ୨୬୯୭ ଅସହାୟ ଏବଂ ସହରାଞ୍ଚଳରେ ୫୧୯ଏହିପରି ମୋଟ ୩୨୧୬ଜଣ ଅସହାୟକଙ୍କ ପାଖରେ ପୁରୀ କେୟାର୍ସ ପହଞ୍ଚିପାରିଛି। ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ ନିୟନ୍ତ୍ରଣ କକ୍ଷରେ ୮,୫୬୨ଟି କଲ୍‌ ରିସିଭ କରାଯାଇଛି। ନିୟନ୍ତ୍ରଣ କକ୍ଷରେ କାର୍ଯ୍ୟ କରିବା ପାଇଁ ମୋଟ ୮ ସ୍ବେଚ୍ଛାସେବୀ ଏବଂ ସହରର ବିଭିନ୍ନ ସ୍ଥାନରେ ୩୫ଜଣ ସ୍ବେଚ୍ଛାସେବୀ ନିୟୋଜିତ ହୋଇଥିଲେ। ଏତଦ୍‌ବ୍ୟତୀତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ସହଯୋଗ କରିଥିଲେ। ଏହି ସମୟରେ ୬୦ଜଣ ବରିଷ୍ଠ ନାଗରିକଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯାଇଥିଲା ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri