Categories: ଜାତୀୟ

ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଯବାନ ଶହୀଦ

ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସମ୍ପର୍କରେ ଭାରତୀୟ ସେନା ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ପୁଞ୍ଛ ସେକ୍ଟରରେ ଥିବା ଅଞ୍ଚଳ ଉପରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ସେଲିଂ ମାଡ଼ କରାଯାଇଥିଲା। ଏହାର ଜବାବରେ ଭାରତୀୟ ପୋଷ୍ଟ ଗୁଡ଼ିକରୁ ମଧ୍ୟ ପାଲଟା ଆକ୍ରମଣ କରାଯାଇଥିଲା। ସୂଚନାଯୋଗ୍ୟ, ପୂର୍ବରୁ ପାକିସ୍ତାନର ମୋର୍ଟାର ସେଲିଂ ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଚଳିତ ବର୍ଷ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ପାକିସ୍ତାନ ୨୦୨୭ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି।

Share