ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍‌ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍‌ ଖାଇବାକୁ ଦିଆଯିବା ଦ୍ୱାରା ଭବିଷ୍ୟତରେ ସେମାନେ ମଧୁମେହ, ଉଚ୍ଚ ରକ୍ତଚାପ, ଡାଇସ୍ଲିପିଡେମିଆ ପରି ରୋଗରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୧୬ ମାର୍ଚ୍ଚ ୧୨ରେ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖାଯାଇଥିଲା। ଏଥିରେ କେଉଁ ପ୍ରକାର ଖାଦ୍ୟ ବିଦ୍ୟାଳୟର କ୍ୟାଣ୍ଟିନ୍‌ ଓ କ୍ୟାମ୍ପସ ପରିସରରେ ବିକ୍ରି ହେବ, ସେ ନେଇ ତାଲିକା ଜାରି ହୋଇଥିଲା। ତାଲିକା ଅନୁଯାୟୀ, ଚିପ୍ସ ଜାତୀୟ ଖାଦ୍ୟ ବାରଣ କରାଯାଇଥିଲା। ଏଥିସହ ମଲାଇ ଗୋଲା, ସମସ୍ତ ପ୍ରକାର ମୃଦୁ ପାନୀୟ, ମିଠା ଜାତୀୟ ପଦାର୍ଥ(ରସଗୋଲା, ଗୋଲାପ ଜାମୁ, ପେଡା, ଜିଲାପି, ବୁନ୍ଦି), ପିଜା, ବର୍ଗର, ଗୁପ୍‌ଚୁପ୍‌, ଦହିବରା, ସମସ୍ତ ପ୍ରକାର ଚୋବାଇବା ପଦାର୍ଥ, ଚକୋଲେଟ୍‌, ମଇଦାରୁ ପ୍ରସ୍ତୁତ ପିଠା ଓ ବିସ୍କୁଟ୍‌, ପେଟିସ୍‌, ଜାମ୍‌ ଏବଂ ଜେଲି ପରି ଖାଦ୍ୟକୁ ବାରଣ କରାଯାଇଛି। ଏଗୁଡିକ ବ୍ୟତୀତ ମିଠା ଏବଂ ଲବଣଯୁକ୍ତ ଖାଦ୍ୟ ଯେପରି ପିଲାଙ୍କୁ ଦିଆ ନ ଯିବ, ସେଥିପ୍ରତି ଅଧିକ ଧ୍ୟାନ ଦେବାକୁ କୁହାଯାଇଛି। ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବି ଚେତାବନୀ ଦିଆଯାଇଥିଲା। ଏହି ନିୟମକୁ ସାଢେ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଲାଣି। ହେଲେ କେହି ଏହାକୁ ମାନୁ ନାହାନ୍ତି, ବେଧଡକ ଭାବେ ବିକ୍ରି ଚାଲିଛି ଜଙ୍କ୍‌ ଫୁଡ୍‌। ଅଭିଭାବକ ପଇସା ଦେଉଛନ୍ତି, ପିଲାମାନେ ଏଭଳି ଖାଦ୍ୟ ଖାଇ ଚାଲିଛନ୍ତି। ପିଲାଙ୍କଠାରୁ ଆରମ୍ଭ କରି ଶିକ୍ଷୟିତ୍ରୀ, ଶିକ୍ଷକ ଓ ଅଭିଭାବକମାନେ ଏ ଦିଗରେ ଆଦୌ ସଚେତନ ନୁହନ୍ତି। ବେସରକାରୀ ସ୍କୁଲ ତ ଦୂରର କଥା ଖୋଦ୍‌ ସରକାରୀ ସ୍କୁଲଗୁଡିକରେ ସରକାରଙ୍କ ନିୟମକୁ ଏକ ପ୍ରକାର ଫୁ କରି ଦେଇଛନ୍ତି କର୍ତ୍ତୃପକ୍ଷ। ସ୍କୁଲ ଫାଟକ ସାମ୍ନାରେ ମେଲିଛି ଗୁପ୍‌ଚୁପ୍‌, ଚାଟ, ଦହିବରା, ଝାଲ ମଟର, ସୋଢା ପାଣି ଆଦିର ପସରା। ଖେଳ ଛୁଟି ଓ ସ୍କୁଲ ଛୁଟି ସମୟରେ ପିଲାଙ୍କ ସୁଅ ଛୁଟୁଛି ଏହି ଖାଦ୍ୟ ପସରା ଆଡକୁ। ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଉପସ୍ଥିତିରେ ନିର୍ଦ୍ୱନ୍ଦ୍ୱରେ ଖାଇ ଚାଲିଛନ୍ତି ପିଲା। ବିଦ୍ୟାଳୟ ପରିସର ଓ ନିକଟବର୍ତ୍ତୀ ଅଞ୍ଚଳରେ ଏସବୁ ବିକ୍ରି ନିଷେଧ ହୋଇଥିଲେ ମଧ୍ୟ ଆଇନକୁ ଆଖିଠାର ନ୍ୟାୟରେ ନା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଏଥିପ୍ରତି କିଛି ନିଘା ଅଛି ନା ଅଭିଭାବକଙ୍କ ଦାୟିତ୍ୱ। ସ୍କୁଲ ନିକଟରେ ଏଭଳି ବ୍ୟବସାୟ କରୁଥିବା ବେପାରୀମାନଙ୍କୁ ମଧ୍ୟ ଲଗାମ ଦେବାକୁ ପ୍ରଶାସନ ପଦକ୍ଷେପ ନେଉନି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କେବଳ ଜିଲା ଶିକ୍ଷା ଅଧିକାରୀମାନଙ୍କୁ ଚିଠି ଲେଖି ଚୁପ୍‌ ବସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri