ନିୟମିତ ପଞ୍ଜୀକରଣ, ନବୀକରଣ କର

ଅନୁଗୋଳ ଅଫିସ୍‌,୭।୩ – ଅନୁଗୋଳ ଶ୍ରମ ଜିଲାର ୫ଟି ବ୍ଲକର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଶୁକ୍ରବାର ଅନୁଗୋଳ ପୌରପାଳିକା ଟାଉନ୍‌ ହଲ ଠାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ୮୨୯ ଜଣ ନିର୍ମାଣ ଶ୍ରମିକଙ୍କୁ ୧ କୋଟି ୪୨ ଲକ୍ଷ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ବିଭିନ୍ନ ଯୋଜନା ବାବଦରେ ପ୍ରଦାନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ନିର୍ମାଣ ଶ୍ରମିକ ପଞ୍ଜୀକରଣ ଓ ବାର୍ଷିକ ନବୀକରଣ କାର୍ଯ୍ୟ ନିୟମିତ କର। ଏଥିସହ ମୋବାଇଲ ମାଧ୍ୟମରେ ଶ୍ରମିକମାନଙ୍କୁ ଓଡ଼ିଆ ଭାଷାରେ ବାର୍ତ୍ତା ପଠାଇବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ମହିଳା ନିର୍ମାଣ ଶ୍ରମିକମାନଙ୍କୁ ପ୍ରସୂତିକାଳୀନ ସହାୟତା ପ୍ରଦାନ ପାଇଁ ସେ ଶ୍ରମିକ ବୋର୍ଡ ସହିତ ଆଲୋଚନା କରିବେ ବୋଲି ବିଧାୟକ ପ୍ରକାଶ କରିଥିଲେ। ତେବେ ତାଳଚେର ତୁଳନାରେ ଅନୁଗୋଳ ଶ୍ରମ ଜିଲାରେ କମ୍‌ ସଂଖ୍ୟକ ନିର୍ମାଣ ଶ୍ରମିକ ପଞ୍ଜୀକରଣ ହୋଇଥିବାରୁ ବିଧାୟକ ଆଶ୍ଚର୍ଯ୍ୟ ହେବା ସହ ଅଧିକ ପଞ୍ଜୀକରଣ ପାଇଁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍‌ କରିଥିଲେ।
ସମ୍ମାନିତ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଖରେ ସରକାରଙ୍କର ବିଭିନ୍ନ ସହାୟତା ପହଞ୍ଚାଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଜିଲାପାଳ ମନୋଜ କୁମାର ମହାନ୍ତି ଯୋଗଦେଇ ନିର୍ମାଣ ଶ୍ରମିକମାନଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସହାୟତା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହି ବୈଠକରେ ଯୁଗ୍ମ ଶ୍ରମ ଆୟୁକ୍ତ ପ୍ରଶାନ୍ତ କୁମାର ବଳିଆରସିଂହ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ୧୧ ଜଣ ଶ୍ରମିକଙ୍କୁ ୧୮ ଲକ୍ଷ ଟଙ୍କାର ମୃତ୍ୟୁକାଳୀନ ସହାୟତା, ୧୧ ଜଣଙ୍କୁ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ୫୫ ହଜାର, ୫ ଜଣଙ୍କୁ ପ୍ରସବକାଳୀନ ସହାୟତା ବାବଦରେ ୫୦ ହଜାର, ୫୧୨ ଜଣଙ୍କୁ ଶିକ୍ଷା ସହାୟତା ବାବଦରେ ୧୯ ଲକ୍ଷ ୫୫ ହଜାର ଓ ବିବାହ ସହାୟତା ବାବଦରେ ୨୯୦ ଜଣଙ୍କୁ ୧ କୋଟି ୩ ଲକ୍ଷ ୫୦ ହଜାର ଏପରି ମୋଟ ୮୨୯ ଜଣଙ୍କୁ ୧ କୋଟି ୪୨ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ଜିଲାରେ ସମୁଦାୟ ୩୭ ହଜାର ୭୭୫ ଜଣ ଶ୍ରମିକ ପଞ୍ଜୀକୃତ ହୋଇଛନ୍ତି। ୨୦୧୯-୨୦ରେ ୫୩୦ ଜଣ ଶ୍ରମିକଙ୍କୁ ୨ କୋଟି ୪୪ ଲକ୍ଷ ୩୫ ହଜାର ଟଙ୍କାର ବିଭିନ୍ନ ସହାୟତା ପ୍ରଦାନ କରାଯାଇଛି। ପ୍ରାରମ୍ଭରେ ଜିଲା ଶ୍ରମ ଅଧିକାରୀ ଶିବ ପ୍ରସାଦ ମିଶ୍ର ଏହି ସପ୍ତାହ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରମିକ ସଙ୍ଗଠନର କର୍ମକର୍ତ୍ତା ଓ ପଞ୍ଜୀକୃତ ଶ୍ରମିକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri