ନିୟମ ଉଲ୍ଲଂଘନକାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ନିର୍ଦ୍ଦେଶ

ଛତ୍ରପୁର,୩୧ା୩(ଡି.ଏନ.ଏ)-ଲକ୍‌ଡାଉନ୍‌କୁ ବେଖାତିର କରି କେତେକ ଯୁବଗୋଷ୍ଠୀ ବାହାରେ ବୁଲିବା ଅଭ୍ୟାସ ଛାଡୁନାହାନ୍ତି। ସମସ୍ତ ପ୍ରଶାସନିକ ଚେଷ୍ଟା ସତ୍ତ୍ୱେ ନ ସୁଧୁରିଲେ ସେମାନଙ୍କୁ ଧରି ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମୁକାବିଲା ସମ୍ପର୍କିତ ଏକ ବୈଠକରେ ଜିଲାପାଳ ବୟସ୍କମାନଙ୍କୁ ଏହି ସଂକ୍ରମଣ କରିବାର ଭୟ ଅଧିକ ଥିବାରୁ ସେମାନେ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି। ଯେଉଁ ଗାଡ଼ିରେ ବାହାର ରାଜ୍ୟରୁ ଲୋକେ ଜିଲା ଭିତରକୁ ଆସିବେ ଉକ୍ତ ଗାଡି ଓ ଡ୍ରାଇଭର ନାଁରେ ମାମଲା ରୁଜୁ କରାଯିବ। ଗାଡ଼ି ଜବତ କରାଯିବ। ସଂପୃକ୍ତ ଲୋକଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ସକାଳେ ଏବଂ ଅପରାହ୍ନରେ ସମସ୍ତଙ୍କ ହାଜିରା ସୁନିଶ୍ଚିତ କରାଯିବ । କୌଣସି ମନ୍ଦିରରେ ସଂଖ୍ୟାଧିକ ଲୋକ ଦେଖାଦେଲେ ସେଠାରେ ତାଲା ପକାଇ ଦିଆଯିବ। ଦୋକାନରେ ଲୋକେ ନିୟମ ନ ମାନି ଲୋକେ ଗହଳି କଲେ ସମ୍ପୃକ୍ତ ଦୋକାନୀଙ୍କ ଉପରେ ଜରିମାନା ପକାଯିବ। ସେହିପରି ଅଧିକ ବାଇକ୍‌ ଧରପଗଡ କରିବା ପାଇଁ କୁହାଯାଇଛି। ଗ୍ରାମାଞ୍ଚଳରେ ସକାଳେ ଏବଂ ସନ୍ଧ୍ୟାରେ ମାଇକ୍‌ ଯୋଗେ ଲକ୍‌ଡାଉନ୍‌ ପ୍ରଚାର କରାଯିବ। ଆଇସୋଲେଶନ ସେଣ୍ଟର ପ୍ରସ୍ତୁତ ରଖିବା, ବ୍ଲକରେ ୨୪ ଘଣ୍ଟିଆ କଣ୍ଟୋଲ ରୁମ୍‌ ଖୋଲିବା, ୧୨୨ଟି ରାପିଡ୍‌ ଆକ୍ସନ ଟିମ୍‌ ପ୍ରସ୍ତୁତ ରହିବା, ଜେଲ୍‌ ଅନ୍ତେବାସୀଙ୍କୁ ସାନିଟାଇଜର ଓ ମାସ୍କ ପ୍ରଦାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବେସରକାରୀ ସଂସ୍ଥା ଚାହିଁଲେ ବିଡିଓଙ୍କୁ ଖାଦ୍ୟ ସାମଗ୍ରୀ ଦେଇପାରିବେ । କରୋନା ମୁକାବିଲା ପ୍ରସ୍ତୁତିକୁ ନେଇ ସମସ୍ତ ବ୍ଲକସ୍ତରରେ ମକ୍‌ ଡ୍ରିଲ୍‌ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ , ସୁଦାମ ଚରଣ ମଣ୍ଡଳ ଓ ଅମୀୟ କୁମାର ସାହୁ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri