ନିୟମ ଉଲ୍ଲଂଘନ ଅଭିଯୋଗ: ୪ ଦୋକାନ ସିଲ୍‌

ବ୍ରହ୍ମପୁର ଅଫିସ,୧୫ା୫-କରୋନା ପାଇଁ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୪ ଦୋକାନ ସିଲ୍‌ କରାଯାଇଛି। ଏଥିସହ ସାମାଜିକ ଦୂରଦ୍ୱ ନିୟମ ଉଲ୍ଲଂଘନ ଓ ମାସ୍କ ବ୍ୟବହାର ନ କରିବା ଅଭିଯୋଗରେ ୪୧ ଦୋକାନୀଙ୍କଠାରୁ ୬୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି ା ସହରର ବଜାର ଅଞ୍ଚଳରେ ଥିବା ସପିଂମଲ, ମାର୍କେଟ କମ୍ପ୍ଲେକ୍ସ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି ା ଏଥିସହ ସାମାଜିକ ଦୂରତ୍ୱ ରକ୍ଷା କରିବା, ପ୍ରତ୍ୟେକ ଦୋକାନରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ ଥିବା ନେଇ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ା ଏହାସତ୍ତ୍ବେ ବ୍ରହ୍ମପୁରରେ ଅନେକ ଦୋକାନୀ ଏହାକୁ ଉଲ୍ଲଂଘନ କରୁଥିବା ଅଭିଯୋଗ ହୋଇଥିଲା ା ତେବେ ଏ ନେଇ ଗୁରୁବାର ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ସାନବଜାର, ବଡବଜାର, ଟାଟାବେଞ୍ଚ ଛକ, ରାମଲିଙ୍ଗମ୍‌ ବନ୍ଧ, ଟାଉନ୍‌ହଲ ରୋଡ ଓ ସୁବାରାଓ ଛକ ଆଦି ସ୍ଥାନରେ ଥିବା ମାର୍କେଟ, ଦୋକାନରେ ଚଢାଉ କରାଯାଇଥିଲା। ଚଢାଉବେଳେ ୪ ଦୋକାନ ଲକ୍‌ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରିଥିବା ଦୃଷ୍ଟିକୁ ଆସିଥିଲା। ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ ୱାନ୍‌ୱେ ଟ୍ରାଫିକ୍‌ ରୋଡରେ ଖୋଲିଥିବା ଦୁଇଟି ସେଲୁନ ସମେତ ଜନାନା ହସ୍‌ପିଟାଲ ଆଗରେ ପାର୍ସଲ ପରିବର୍ତ୍ତେ ଖାଇବାକୁ ଦେଉଥିବା ଏକ ହୋଟେଲକୁ ସିଲ୍‌ କରାଯାଇଥିଲା ା ସେହିପରି ବିଏମ୍‌ସି ଦ୍ୱାରା ନିର୍ଦ୍ଧାରିତ ସମୟ ପୂର୍ବରୁ ଖୋଲିଥିବା ଶ୍ରୀଟାୱାରସ୍ଥିତ ଏକ ଡ୍ରେସ୍‌ ଦୋକାନକୁ ମଧ୍ୟ ସିଲ କରାଯାଇଥିଲା ା ଏହାବ୍ୟତୀତ ସହରର ବିଭିନ୍ନ ଅଞ୍ଚଳରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଓ ମାସ୍କ ବ୍ୟବହାର କରୁ ନ ଥିବା ୪୧ ଦୋକାନୀଙ୍କଠାରୁ ୬୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅଗଷ୍ଟ ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?