ନୂଆଗାଁ, ୬।୪ (ଡି.ଏନ.ଏ.) ଦେଶରେ ଲକ୍ ଡାଉନ ଯୋଗୁ କଟକଣା ଲାଗିଛି। ଏହି ସମୟରେ ନିର୍ମାଣ କାମ ମଧ୍ୟ ବନ୍ଦ ରହିଛି। ହେଲେ ସୁନ୍ଦରଗଡ଼ ଜିଲା ନୂଆଗାଁରେ ରବିବାର ରାତିରେ ଜଣେ ଠିକାଦାର ଏହି ନିୟମ ନ ମାନିବା ତାଙ୍କ ପାଇଁ ମହଙ୍ଗା ପଡିଛି। ଏଠାକାର ଜଣେ ବ୍ୟକ୍ତିଙ୍କ ଘରର ଛାତ ପକାଇବାକୁ ଯାଇ ସେ ଗିରଫ ହୋଇଛନ୍ତି। ନିୟମ ଫାଙ୍କି କାମ କରୁଥିବାରୁ ପ୍ରଥମେ ସେ ଗାଁ ଲୋକଙ୍କ ଆକ୍ରମଣର ଶିକାର ହୋଇଥିଲେ। ଏ ନେଇ ଖବର ପାଇଲା ପରେ ନୂଆଗାଁ ଫାଣ୍ଡି ପୋଲିସ ସେଠାରେ ପହଞ୍ଚି ଥିଲା। ହେଲେ ସମ୍ପୃକ୍ତ ଠିକାଦାରଙ୍କୁ ଲୋକଙ୍କ କବଳରୁ ଉଦ୍ଧାର କରିବାକୁ ଯାଇ ନାକେଦମ ହେବାକୁ ପଡିଥିଲା। ବହୁକଷ୍ଟରେ ସଂପୃକ୍ତ ଠିକାଦାରଙ୍କୁ ଲୋକଙ୍କ କବଳରୁ ପୋଲିସ ଉଦ୍ଧାର କରି ହାତୀବାରି ଥାନାକୁ ନେଇଥିଲା। ସରକାରୀ କଟକଣା ନ ମାନି କାମ କରୁଥିବା ଅଭିଯୋଗରେ ଶେଷରେ ପୋଲିସ ତାଙ୍କୁ ଗିରଫ କରିଛି। ଏ ନେଇ ହାତୀବାରି ଥାନାରେ ଏକ ମାମଲା (ନଂ. ୩୦/୨୦) ରୁଜୁ ହୋଇଛି।
Posted inHome, Home Left, ଆମ ଜିଲା ଖବର, ସୁନ୍ଦରଗଡ଼ View All
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!
ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

