Posted inଜାତୀୟ

ନୀତି ଆୟୋଗ ବୈଠକକୁ ଯିବେ ନାହିଁ ମମତା: ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୭ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଜୁନ ୧୫ ତାରିଖରେ ବସିବାକୁ ଥିବା ନୀତି ଆୟୋଗ ବୈଠକରେ ଯୋଗଦେବେନି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନୀତି ଆୟୋଗ ପାଖରେ କୌଣସି ଆର୍ଥିକ ଅଧିକାର କିମ୍ବା ରାଜ୍ୟ ଯୋଜନାଗୁଡିକୁ ସମର୍ଥନ ଦେବାର ଅଧିକାର ନାହିଁ। ତେଣୁ ଏହି ବୈଠକକୁ ଯିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଜରିଆରେ ଲେଖିଛନ୍ତି ମମତା। ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ଉପରାଜ୍ୟପାଳଙ୍କୁ ଡକାଯାଇଛି। ଭାଜପା ଏବଂ ମମତାଙ୍କ ମଧ୍ୟରେ ଲାଗିଥିବା ଶୀଳତଯୁଦ୍ଧ ଯୋଗୁ ବୈଠକକୁ ଯିବାକୁ ସେ ମନା କରିଛନ୍ତି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଦ୍ୱିତୀୟ ଥର କେନ୍ଦ୍ରରେ ସରକାର ଗଠନ ହେବା ପରେ ପ୍ରଥମ ନୀତି ଆୟୋଗ ବୈଠକ ଡାକିଛନ୍ତି ମୋଦି। ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ଏହା ହେଉଛି ପଞ୍ଚମ ବୈଠକ। ବୈଠକରେ କୃଷି, ପାନୀୟ ଜଳ ଓ ସୁରକ୍ଷା ସଂପର୍କରେ ଆଲୋଚନା ହେବ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଗୁରୁବାର ନୀତି ଆୟୋଗର ପୁନର୍ଗଠନ କରିଛନ୍ତି। ଏଥିରେ ସେ ପୂର୍ବଭଳି ରାଜୀବ କୁମାରଙ୍କ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଏଥିରେ ଏକ୍ସ ଅଫିସିଓ ସଦସ୍ୟ ରଖାଯାଇଛି। ଏହା ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟଭାବେ ଏଥିରେ ନିଆଯାଇଛି। ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ବାଣିଜ୍ୟ, ଶିଳ୍ପମନ୍ତ୍ରୀ ଓ ରେଳମନ୍ତ୍ରୀ ପୀୟୂଷ ଗୋୟଲ, ସାମାଜିକ ନ୍ୟାୟ ମନ୍ତ୍ରୀ ଥଓ୍ବରଚାନ୍ଦ ଗେହଲଟ ଓ ପରିସଂଖ୍ୟାନ ମନ୍ତ୍ରୀ ରାଓ ଇନ୍ଦ୍ରରଜିତ୍‌ ସିଂଙ୍କୁ ଏଥିରେ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟଭାବେ ସ୍ଥାନ ମିଳିଛି। ସମ୍ପ୍ରତି ପ୍ୟାନେଲରେ ଥିବା ସଦସ୍ୟ ଭି.କେ. ସାରସ୍ବତ, ରମେଶ ଚାନ୍ଦ ଓ ଭି.କେ. ପଲ ସଦସ୍ୟ ପଦ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri