ନୀତି ପ୍ରଶାସକଙ୍କୁ ଭକ୍ତ ନିବାସ କର୍ମଚାରୀ ସଂଘର ଦାବିପତ୍ର: ଶ୍ରମ ଆଇନକୁ ଉଲ୍ଲଂଘନ କରୁଛି ଠିକା ସଂସ୍ଥା

ପୁରୀ ଅଫିସ, ୧୨।୧୦: ବିଭିନ୍ନ ଦାବି ନେଇ ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀମନ୍ଦିର ଭକ୍ତ ନିବାସ କର୍ମଚାରୀ ସଂଘ। ପରେ ମୁଖ୍ୟ ପ୍ରଶାସକଙ୍କ ଉଦ୍ଦେଶ୍ୟରେ ନୀତି ପ୍ରଶାସକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ନୀଳାଚଳ ଭକ୍ତ ନିବାସ, ଗୁଣ୍ଡିଚା ଭକ୍ତ ନିବାସ ଓ ନୀଳାଦ୍ରି ଭକ୍ତ ନିବାସରେ କର୍ମଚାରୀ ନିୟୋଜନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏକ ଠିକା ସଂସ୍ଥା ସହ ଚୁକ୍ତି କରିଛି। ଫଳରେ ଆଉଟ୍‌ସୋର୍ସିଂ ଭାବେ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ସମ୍ପୃକ୍ତ ଠିକା ସଂସ୍ଥା ପ୍ରଚଳିତ ଶ୍ରମ ଆଇନକୁ ଉଲ୍ଲଂଘନ କରି ସର୍ବନିମ୍ନ ମଜୁରି, ଇପିଏଫ୍‌ ଓ ଇଏସ୍‌ଆଇ ଦେଉନାହିଁ।
ତେଣୁ ସଂଘ ପକ୍ଷରୁ ୯ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ସର୍ବନିମ୍ନ ମଜୁରି ପ୍ରଦାନ, ଗୁଣ୍ଡିଚା ଭକ୍ତ ନିବାସରେ କର୍ମଚାରୀଙ୍କୁ ୩୦ ଦିନର ଦରମା ପ୍ରଦାନ ସହ ୫ ରିସେପ୍‌ସନିଷ୍ଟ ପଦ ସୃଷ୍ଟି, ୨୦୧୬ ଏପ୍ରିଲରୁ ବର୍ଦ୍ଧିତ ହାରରେ ବକେୟା ମଜୁରି ପ୍ରଦାନ, ପ୍ରତ୍ୟେକ ମାସରେ ୱେଜ୍‌ ସ୍ଲିପ ପ୍ରଦାନ, ବକେୟା ଇପିଏଫ୍‌/ଇଏସ୍‌ଆଇ ଜମା କରି କର୍ମଚାରୀଙ୍କୁ କୋଡ୍‌ ପ୍ରଦାନ ଓ ଇଏସ୍‌ଆଇରେ ପରିବାରବର୍ଗଙ୍କୁ ସାମିଲ, କର୍ମଚାରୀଙ୍କୁ ବୋନସ ଓ ବର୍ଷକୁ ୨ ହଳ ପୋଷାକ, ସମସ୍ତ କର୍ମଚାରୀଙ୍କୁ ଗୋଷ୍ଠୀ ବୀମାଭୁକ୍ତ କରାଯାଉ ଏବଂ ଏକକ ପରିଚୟପତ୍ର ବ୍ୟବସ୍ଥା ସାଙ୍ଗକୁ ଗତ ମେ ବାତ୍ୟା ମାସର ସମ୍ପୂର୍ଣ୍ଣ ଦରମା ଦିଆଯାଉ ବୋଲି ଦାବି କରାଯାଇଛି। ଏହି ବିକ୍ଷୋଭରେ ସଂଘ ସଭାପତି ଶରତ ରାୟଗୁରୁ, ସମ୍ପାଦକ ରଶ୍ମିତା ଗୋଚ୍ଛାୟତ, ଅମରେନ୍ଦ୍ର ନନ୍ଦ, ଜଗନ୍ନାଥ ଦେଓ, ସୋମନାଥ ନାୟକ, ସୁଜିତ ନାୟକ, ମୁନା ମହାପାତ୍ର, ଶିବପ୍ରସାଦ ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ଭାଜପା ପକ୍ଷରୁ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri