ନୀରବ,ଚୋକ୍‌ସୀଙ୍କ ପଳାୟନର ପ୍ରଭାବ;ରୁପା ଗହଣା ରପ୍ତାନି କମିଛି ୭୫%

ନୂଆଦିଲ୍ଲୀ,୨୩-୪: ହୀରା ବ୍ୟବସାୟୀ ନୀରବ ମୋଦି ଓ ମେହୁଲ ଚୋକ୍‌ସୀଙ୍କ ବିଦେଶ ପଳାୟନ ପରେ ଭାରତୀୟ ରୁପା ଗହଣା ବଜାର ବେଶ୍‌ ପ୍ରଭାବିତ ହୋଇଛି। ଦେଶର ରୁପା ଗହଣା ରପ୍ତାନି ୨୦୧୮-୧୯ ଆର୍ଥିକ ବର୍ଷରେ ପ୍ରାୟ ୭୫% କମିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ଋଣ ଜାଲିଆତି କରି ନୀରବ ମୋଦି ଓ ମେହୁଲ ଚୋକ୍‌ସୀ ଗତବର୍ଷ ଆରମ୍ଭରେ ବିଦେଶ ଫେରାର ହୋଇଯାଇଥିଲେ। ପଳାୟନ ଯୋଗୁ ସେମାନଙ୍କର ବ୍ୟବସାୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ପରିଣାମସ୍ବରୂପ, ୨୦୧୭-୧୮ ଆର୍ଥିକ ବର୍ଷରେ ଦେଶର ରୁପା ଗହଣା ରପ୍ତାନି ୩.୪ ବିଲିୟନ ଡଲାର ଥିବା ବେଳେ ଗତ ଆର୍ଥିକ ବର୍ଷରେ ଏହା ହ୍ରାସ ପାଇ ମାତ୍ର ୮୩୮ ମିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ଜେମ୍ସ ଆଣ୍ଡ ଜୁଏଲାରୀ ଏକ୍ସପୋର୍ଟ ପ୍ରମୋଶନ କାଉନସିଲ ଦ୍ୱାରା ଜାରି ତଥ୍ୟରୁ ଜଣାପଡିଛି। କାଉନସିଲରର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ମାମୁ-ଭଣଜା ଫେରାର ହେବା ପରେ ଦେଶର ରୁପା ଗହଣା ରପ୍ତାନି ବେଶ ପ୍ରଭାବିତ ହୋଇଛି। କାରଣ ସେମାନେ ଦର୍ଶାଉଥିବା ରପ୍ତାନି ତଥ୍ୟ କେବଳ କାଗଜକଲମରେ ବୋଲି ଜଣାପଡିଛି। କାରଣ ସେମାନେ କୌଣସି କମ୍ପାନୀ ମାଧ୍ୟମରେ ରପ୍ତାନି କରିଥିବାର ଦର୍ଶାଇ ନାହାନ୍ତି। ସରକାରୀ ଅଧିକାରୀଙ୍କ କହିବାନୁଯାୟୀ, ସୁରଟର ସ୍ପେଶାଲ ଇକୋନୋମିକ ଜୋନ୍‌ ଉପରେ ଗହଣା ରପ୍ତାନିର ସବୁଠାରୁ ବେଶି ପ୍ରଭାବ ଦେଖିବାକୁ ମିଳିଛି। ତେବେ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ। ନୀରବ ଓ ମେହୁଲ କେବଳ କାଗଜ କଲମରେ ହିଁ ସେମାନଙ୍କର ଗହଣା ରପ୍ତାନି ଦର୍ଶାଉଥିଲେ ବୋଲି ମନେ କରାଯାଉଛି। କାରଣ ଅନ୍ୟ କୌଣସି କ୍ଷେତ୍ରରେ ଏଭଳି ବ୍ୟତିକ୍ରମ ଦେଖାଯାଇନାହିଁ। ୨.୫ ବିଲିୟନ ଡଲାରରୁ ଅଧିକ ରୁପା ଗହଣା ରପ୍ତାନି ହ୍ରାସ ପାଇଛି। ଏହି କାରଣରୁ ଜେମ୍ସ ଆଣ୍ଡ ଜୁଏଲାରୀ ରପ୍ତାନି ୩% କମିବାର ମୁଖ୍ୟ କାରଣ ବୋଲି କୁହାଯାଉଛି। ତେବେ କାଉନସିଲର ଭାଇସ ପ୍ରେସିଡେଣ୍ଟ କୋଲିନ ଶାହଙ୍କ ମତରେ ଜିଏସ୍‌ଟି ରିଫଣ୍ଡ ପାଇବାରେ ବିଳମ୍ବ ଏବଂ ନଗଦ ସଙ୍କଟ ଯୋଗୁ ରପ୍ତାନି ହ୍ରାସ ପାଇଛି। ସୂଚନାଯୋଗ୍ୟ, ଦେଶର ରପ୍ତାନିର ସିଂହଭାଗ ଅଧିକାର କରିଥାଏ ରୁପା ଗହଣା କାରବାର। ଗତବର୍ଷ ସୁନ ପଦକ ଓ ମୁଦ୍ରା ରପ୍ତାନି ୫୫% ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri