‘ନୀରବ ବିପ୍ଳବ ଆଣୁଛି ଏମ୍‌ଏସ୍‌ଏମ୍‌ଇ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ତୃଣମୂଳସ୍ତରରେ ଅଧିକ ରୋଜଗାର ସୃଷ୍ଟି କରିଥାଏ। ଏହାକୁ ଆରମ୍ଭ କରିବା ପାଇଁ ବୃହତ୍‌ ପୁଞ୍ଜିର ମଧ୍ୟ ଆବଶ୍ୟକତା ନ ଥାଏ। ତେଣୁ ଜାତୀୟସ୍ତରରେ ଏବଂ ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ସର୍ବାଧିକ ପ୍ରାଧାନ୍ୟ ଦିଆଯାଉଥିବା ଜଣାପଡିଛି। କେନ୍ଦ୍ରୀୟ ଯୋଜନା ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) ମାଧ୍ୟମରେ ୬୫,୩୧୨ କ୍ଷୁଦ୍ର ଉଦ୍ୟୋଗ ସୃଷ୍ଟି କରାଯାଇଛି। ଏହା ଦ୍ୱାରା ୫,୨୨,୪୯୬ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଛି। ଏଥିପାଇଁ ସରକାରଙ୍କ ତହବିଲରୁ ୧୯୨୯.୮୩ କୋଟି ଟଙ୍କା ସବ୍‌ସିଡି ଅର୍ଥ ପ୍ରଦାନ କରାଯାଇଥିବା ଜଣାପଡ଼ିଛି।
ଖଦି ଏବଂ ଗ୍ରାମ୍ୟୋଦ୍ୟୋଗ କମିଶନ ପକ୍ଷରୁ ଏକାକୀ ଗ୍ୟାସ ଅଥରଟି ଇଣ୍ଡିଆ ଲିଃ(ଜିଏଆଇଏଲ୍‌)ଠାରୁ ୫.୮୮ ଅର୍ଡର ଗ୍ରହଣ କରାଯାଇଛି। ସେହିପରି ନୂଆଦିଲ୍ଲୀର ପାୱାର ଫାଇନାନ୍ସ କର୍ପୋରେଶନ ପକ୍ଷରୁ ୭୫ ଲକ୍ଷ ଟଙ୍କାର କୁପନ ଆକାରରେ ଅଗ୍ରିମ ରଖାଯାଇଛି। ଜିଲା ଉଦ୍ୟୋଗ ସମାଗମ ପକ୍ଷରୁ ସାରା ଦେଶର ୭୩୧ ଜିଲା ପାଇଁ ୮୦ କୋଟି ଟଙ୍କାର ଅର୍ଥ ମଞ୍ଜୁର କରାଯାଇଛି। ଏହା ଦ୍ୱାରା ୩୫୦ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ନିକଟରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ପକ୍ଷରୁ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକରୁ ଏହା ଜଣାପଡିଛି। ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ଓଡ଼ିଆ ଆଇଏଏସ୍‌ ଅରୁଣ କୁମାର ପଣ୍ଡା ଏମ୍‌ଏସ୍‌ଏମ୍‌ଇ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସାରା ଦେଶର ୬୦ଟି ନୂଆ ଇଣ୍ଟେଲ୍ୟୁକ୍‌ଚୁଆଲ୍‌ ପ୍ରପର୍ଟି ଫାସିଲିଏସନ୍‌ ସେଣ୍ଟର(ଆଇପି) ପ୍ରତିଷ୍ଠା କରାଯିବ। ଏହା ଦ୍ୱାରା ବିଭିନ୍ନ ଉଦ୍ୟୋଗ ଟ୍ରେଡ୍‌ ମାର୍କ ଏବଂ ସ୍ବତ୍ୱାଧିକାର ପାଇଁ ଆବେଦନ କରିପାରିବେ। ମନ୍ତ୍ରଣାଳୟ ପକ୍ଷରୁ ୧୭ଟି ସାଧାରଣ ସୁବିଧା ଉପଲବ୍ଧ କେନ୍ଦ୍ର, ୧୪ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇ ସାରିଛି। ସେହିପରି ଆଗାମୀ ଦିନରେ ବିଭାଗ ପକ୍ଷରୁ ୨୪ ସାଧାରଣ ସୁବିଧା ଉପଲବ୍ଧ କେନ୍ଦ୍ର ଏବଂ ୨୫ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ କେନ୍ଦ୍ର ପ୍ରତିଷ୍ଠା ପାଇଁ ମଞ୍ଜୁର କରାଯାଇଛି। ପୂର୍ବରୁ ପ୍ରତିଷ୍ଠା ହୋଇଥିବା ୫୧ଟି କ୍ଲଷ୍ଟର ଇତିମଧ୍ୟରେ କାର୍ଯ୍ୟକ୍ଷମ ହୋଇଛି। ସୋଲାର ଚକ୍ର ମିଶନ ଦ୍ୱାରା ୧୧ଟି ପ୍ରକଳ୍ପର ଡିପିଆର ପ୍ରସ୍ତୁତ ହୋଇ ଅନୁମୋଦନ ହୋଇଛି। ଚଳିତ ବର୍ଷ ଫେବୃୟାରୀରୁ କ୍ରେଡିଟ୍‌ ଲିଙ୍କେଜ୍‌ ସବ୍‌ସିଡି ବ୍ୟବସ୍ଥା ମଧ୍ୟ ପ୍ରଦାନ କରାଯାଉଛି। ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ସହ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ସହଭାଗିତାରେ ଡିଜାଇନ୍‌ ଶିଳ୍ପକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ସାରା ଦେଶରେ ଜାତୀୟ ଡିଜାଇନ୍‌ ସଂସ୍ଥା ଆନୁକୂଲ୍ୟରେ ଆଗାମୀ ଦିନରେ ୮୦ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri