ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି

ଲଣ୍ଡନ,୨୦-୯: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ସ୍ଥାନୀୟ ଅଦାଲତ ଗୁରୁବାର ଅକ୍ଟୋବର ୧୭ ଯାଏ ବୃଦ୍ଧି କରିଛନ୍ତି। ଗୁରୁବାର ତାଙ୍କର ହାଜତ ମିଆଦ ପୂରି ଯାଉଥିଲା। ବ୍ରିଟେନର ଓ୍ବିଣ୍ଡ୍‌ସଓ୍ବର୍ଥ ଜେଲ୍‌ରେ ବନ୍ଦ ଥିବା ନୀରବଙ୍କୁ ପ୍ରତ୍ୟର୍ପଣ ପାଇଁ ଆସନ୍ତାବର୍ଷ ମେ’ରେ ଶୁଣାଣି ହେବ। ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ମହାଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ନୀରବଙ୍କୁ ଗୁରୁବାର ଭିଡ଼ିଓ ଲିଙ୍କ୍‌ ଜରିଆରେ ବ୍ରିଟେନ ଅଦାଲତରେ ହାଜର କରାଯାଇଥିଲା। ଓ୍ବେଷ୍ଟମିନ୍‌ଷ୍ଟର ମାଜିଷ୍ଟ୍ରେଟ୍‌ ଜଷ୍ଟିସ୍‌ ଟ୍ୟାନ୍‌ ଇକରମ୍‌ ମାମଲାର ଶୁଣାଣି କରିଥିଲେ। ଆସନ୍ତା ଶୁଣାଣି ବେଳେ ପ୍ରତ୍ୟର୍ପଣ ମାମଲାର ଶୁଣାଣି ତାରିଖ ଧାର୍ଯ୍ୟ କରାଯିବ ବୋଲି ବିଚାରପତି କହିଛନ୍ତି। ଆସନ୍ତାବର୍ଷ ମେ ୧୧ରୁ ପ୍ରତ୍ୟର୍ପଣ ମାମଲାର ଶୁଣାଣି ପାଇଁ ପ୍ରାରମ୍ଭିକ ଭାବେ ତାରିଖ ସ୍ଥିର କରାଯାଇଛି। ତେବେ ଭାରତ ସରକାର ଓ ନୀରବ ମୋଦି ଏହାକୁ ଅଦ୍ୟାବଧି ସ୍ବୀକାର କରିନାହାନ୍ତି। ଆସନ୍ତା ୫ ଦିନ ମଧ୍ୟରେ ଏ ସମ୍ପର୍କରେ ଜଣାଇବାକୁ ବିଚାରପତି ସମ୍ପୃକ୍ତ ପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri