ନୀରବ ମୋଦି ଦୁର୍ନୀତି ପରେ;ପ୍ରଥମଥର ଲାଭ କଲା ପିଏନ୍‌ବି

ନୂଆଦିଲ୍ଲୀ,୨୭-୭: ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଦ୍ୱାରା ଦେଶର ସର୍ବବୃହତ ବ୍ୟାଙ୍କିଙ୍ଗ୍‌ ଦୁର୍ନୀତି ହେବା ପରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ପ୍ରଥମଥର ଲାଭର ମୁହଁ ଦେଖିଛି। ବ୍ୟାଙ୍କ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସରେ ୧୦୧୯ କୋଟି ଟଙ୍କା ଶୁଦ୍ଧ ଲାଭ କରିଛି। ବର୍ଷକ ପୂର୍ବରୁ ଏହି ଅବଧିରେ ବ୍ୟାଙ୍କ ୯୪୦ କୋଟି ଟଙ୍କା କ୍ଷତି ସହିଥିଲା। ଦୁର୍ନୀତି ଧରାପଡିବା ପରେ ବ୍ୟାଙ୍କ କେବଳ ଦୁଇଥର ଲାଭ କରିଥିଲା। ଏଥିପୂର୍ବରୁ ଗତ ଆର୍ଥିକ ବର୍ଷର ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ବ୍ୟାଙ୍କ ୨୪୬.୫୧ କୋଟି ଟଙ୍କା ଲାଭ କରିଥିଲା। ମାର୍ଚ୍ଚ ୨୦୧୯ରେ ଶେଷ ହୋଇଥିବା ଚତୁର୍ଥ ତ୍ରୈମାସରେ ବ୍ୟାଙ୍କ ୪୭୪୯.୬୪ କୋଟି ଟଙ୍କା ଶୁଦ୍ଧ କ୍ଷତି ସହିଥିଲା। ୨୦୧୯-୨୦ର ଜୁନ୍‌ ତ୍ରୈମାସରେ ବ୍ୟାଙ୍କ ମୋଟ୍‌ ଆୟ ବୃଦ୍ଧି ପାଇ ୧୫,୧୬୧.୭୪ କୋଟି ଟଙ୍କା ରହିଥିଲା। ଗତବର୍ଷ ଏହି ସମୟରେ ଏହା ୧୫,୦୭୨.୪୧ କୋଟି ଟଙ୍କା ଥିଲା। ସମ୍ପତ୍ତି ଦୃଷ୍ଟିରୁ ବ୍ୟାଙ୍କକୁ ଆଶ୍ୱସ୍ତି ମିଳିଛି। ବ୍ୟାଙ୍କର ମୋଟ ଏନ୍‌ପିଏ ଜୁନ୍‌ ୨୦୧୯ରେ ମୋଟ ଋଣ ତୁଳନାରେ ହ୍ରାସ ପାଇ ୧୬.୪୯ ପ୍ରତିଶତ ରହିଛି। ଗତବର୍ଷ ଜୁନ୍‌ରେ ଏହା ୧୮.୨୬ ପ୍ରତିଶତ ଥିଲା। ନୀରବ ମୋଦି ମାମଲା ଜଣାପଡିବା ପରେ ବ୍ୟାଙ୍କ ୨୦୧୭-୧୮ ମାର୍ଚ୍ଚ ତ୍ରୈମାସରେ ୧୩,୪୧୭ କୋଟି ଟଙ୍କାର ଶୁଦ୍ଧ କ୍ଷତି ସହିଥିଲା। ତେବେ ସମୟକ୍ରମେ ଏହା ନିଜର କ୍ଷତି କମାଇ ଏବେ ଲାଭ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri