ନୀଳଗିରିରେ ସାଧାରଣ ଉଦ୍ୟୋଗ ପ୍ରମୁଖ ସଚିବ

ସଜନାଗଡ଼,୧୯।୧୨(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ବିଜୟ ଆରୋଡ଼ା ବୁଧବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ନୀଳଗିରଗସ୍ତରେ ଆସି ବିଭିନ୍ନ ବିଭାଗୀୟ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରମୁଖ ସଚିବ ଆରୋଡ଼ା ପ୍ରଥମେ ନୀଳଗିରି ମେଡ଼ିକାଲ ପରିଦର୍ଶନ କରି ଚିକତ୍ସାସେବା ସମେତ ସୁବିଧା ଅସୁବିଧା ବାବଦରେ ଏସ୍‌ଡିଏମ୍‌ଓ ଡା. ଅଜୟ କୃଷ୍ଣ ସାମଲଙ୍କ ସହିତ ଆଲୋଚନା କରିଥିଲେ। ପରେ ନିଜିଗଡ଼ ସୋସାଇଟିର ଧାନ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ଉପସ୍ଥିତ ଥିବା ଚାଷୀ, ମିଲରଙ୍କ ସହିତ ବିଭିନ୍ନ ବିଷୟରେ ସେ ଆଲୋଚନା କରିଥିଲେ। ଏହାପରେ ନିଜିଗଡ଼ ପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନରେ ଯିବା ସହିତ ସଜନାଗଡ଼ ପଞ୍ଚାୟତରେ ଥିବା ତେଣ୍ଡା କନ୍ୟାଶ୍ରମ, ଆବାସ ଯୋଜନା ଗୃହ, ଉଚ୍ଚ କ୍ଷମତା ପାଣିଟାଙ୍କି, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ପରିଦର୍ଶନ କରିଥିଲେ। ପରେ ବରହମପୁର ସ୍ଥିତ ଛତୁଆ ଉପତ୍ାଦନ କେନ୍ଦ୍ର ପରିଦର୍ଶନ କରିବାକୁ ଯାଇଥିଲେ। ଏହି ଗସ୍ତ ବେଳେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ନୀଳଗିରି ବିଡିଓ ରାମଦାସ ଟୁଡୁ, ନୀଳଗିରି ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡ଼ିଏ)ର ପ୍ରକଳ୍ପ ଅଧିକାରୀ ବିରକିଶୋର ପାଣିଗ୍ରାହୀ, ଗ୍ରାମ୍ୟଜଳ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ ଇଂ. ସମିର ଦେ, ଯୋଗାଣ ଅଧିକାରୀ ସମସ୍ତ ଲାଇନ୍‌ ଡିପାର୍ଟମେଣ୍ଟର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri