ନୀଳମଣି କଲେଜରେ ଛାତ୍ର ଅଶାନ୍ତି

ରୂପ୍‌ସା, ୨୨ା୯(ଡ଼ି ଏନ ଏ)-ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ନୀଳମଣି ମହାବିଦ୍ୟାଳୟରେ ଶନିବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ଛାତ୍ରୀଛାତ୍ରଙ୍କ ଦାବି ପ୍ରତି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ ଥିବାରୁ ତାଲା ବନ୍ଦ ଆନ୍ଦୋଳନ ହୋଇଛି ା ଛାତ୍ରୀଛାତ୍ର କଲେଜର ମୁଖ୍ୟ ଫାଟକ ଭିତରପଟୁ ତାଲା ପକାଇ ତୁରନ୍ତ ଦାବି ପୂରଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଉ ବୋଲି ସ୍ଲୋଗାନ ଦେଇଛନ୍ତି। ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଓ ଏଏସ୍‌ଆଇ ନରହରି ମହାଳିକ ପ୍ରମୁଖ ପହଞ୍ଚି ବୁଝାଶୁଝା କରିଥିଲେ ା ଗଭର୍ନିଂବଡିର ସଭାପତି ବରଦା ପ୍ରସନ୍ନ ପଟ୍ଟନାୟକ ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ଛାତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଛାତ୍ରୀଛାତ୍ରଙ୍କ ଅଭିଯୋଗ ଅନୁଯାୟୀ ଓଡିଆ, ଗଣିତ ଓ ଉବ୍ଦିଦ ବିଜ୍ଞାନ ବିଭାଗରେ ମାତ୍ର ଜଣେ ଲେଖାଏ ଅଧ୍ୟାପକ ଥିବା ବେଳେ ୨ଟି ଲେଖାଏ ପଦବୀ ଫାଙ୍କା ପଡିଛି। ପ୍ରାଣୀବିଜ୍ଞାନ ଓ ଉଦ୍ଭିଦବିଜ୍ଞାନରେ ଡେମୋନ୍‌ଷ୍ଟ୍ରେଟର ନାହାନ୍ତି। ଓମେନ୍ସ ହଷ୍ଟେଲକୁ କାର୍ଯ୍ୟକାରୀ କରାଯାଉନାହିଁ। ଛାତ୍ରୀଛାତ୍ରଙ୍କ ପାଇଁ ଥିବା କମନରୁମ ମରାମତି ହେଉନାହିଁ। ନୂତନ ସାଇକେଲ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉନାହିଁ। ଛାତ୍ରୀଛାତ୍ରଙ୍କଠାରୁ ଡେଭେଲପମେଣ୍ଟ ଫି’ ଆଦାୟ କରାଯାଉଥିଲେ ହେଁ କୌଣସି ଶ୍ରେଣୀଗୃହକୁ ଜେନେରେଟର ସଂଯୋଗ ନ ଥିବାରୁ ବିଦ୍ୟୁତ କାଟ ବେଳେ ହଇରାଣ ହେବାକୁ ପଡୁଛି। ଅନ୍ୟ ବିଭାଗରେ ମଧ୍ୟ ଆବଶ୍ୟକ ଅଧ୍ୟାପକ ନ ଥିବାରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି ା ଏହି ସମସ୍ୟାର ସମାଧାନ ପାଇଁ ଛାତ୍ରୀଛାତ୍ର ବହୁବାର ଅଧ୍ୟକ୍ଷ ଓ ଗଭଣ୍ଣର୍ିଂ ବଡି ସଭାପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାତ୍ର କଲେଜ ଭିତ୍ତିଭୂମିର ବିକାଶ ସହ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ନିର୍ମାଣ ଦିଗରେ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବକୁ ବିରୋଧ କରି ତାଲା ବନ୍ଦ ଆନ୍ଦୋଳନ କରାଯାଇଥିଲା। ଏଥର ଯଦି କର୍ତ୍ତୃପକ୍ଷଙ୍କ ଚେତା ନ ପଶେ ପୁଣି ଜୋରଦାର ଆନ୍ଦୋଳନ ହେବ ବୋଲି ଛାତ୍ରୀଛାତ୍ର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri