ନୀଳମାଧବ ମନ୍ଦିରରେ ହବିଷିଆଳିଙ୍କ ଭିଡ଼

ଖଣ୍ଡପଡ଼ା,୧୫।୧୦(ସ୍ବ.ପ୍ର.)-ସୋମବାରଠାରୁ ନୟାଗଡ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ଦେବଦେବୀ ମନ୍ଦିର ସମେତ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିରରେ କାର୍ତ୍ତିକ ବ୍ରତ ନୀତି ଆରମ୍ଭ ହୋଇଛି । ଏଥିପାଇଁ ପ୍ରତ୍ୟହ ସକାଳୁ ଶ୍ରୀ ଜୀଉଙ୍କ ମନ୍ଦିରରେ ଶ୍ରଦ୍ଧାଳୁ ଓ ହବିଷିଆଳିଙ୍କ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି । କାର୍ତ୍ତିକ ମାସ ପାଇଁ ଠାକୁରଙ୍କ ସ୍ବତନ୍ତ୍ର ନୀତି ହେଉଛି । ଏହି ଅବସରରେ ଶ୍ରୀ ନୀଳମାଧବ ଜୀଉଙ୍କ ଦାମୋଦର ବେଶ ଅନୁଷ୍ଠିତ ହେଉଛି । କାର୍ତ୍ତିକ ବ୍ରତ ସହିତ ଠାକୁରଙ୍କ ଏହି ବେଶ ୧ମାସ ପର୍ଯ୍ୟନ୍ତ କରାଯିବ । ଶ୍ରୀ ଜୀଉଙ୍କ ଅବକାଶ ନୀତି ପରେ ଶ୍ରୀଜୀଉ ଦାମୋଦର ବେଶ ହୋଇଥାନ୍ତି ା ବେଶ ପରେ ମନ୍ଦିର ରୋଷ ହୋମ,ସୂର୍ଯ୍ୟ ପୂଜା,ଦ୍ୱାରପାଳ ପୂଜା ପରେ ସକାଳ ଧୂପ ଓ ଅନ୍ୟାନ୍ୟ ପାରମ୍ପରିକ ନୀତି ଅନୁଷ୍ଠିତ ହେଉଛି । ହବିଷିଆଳିମାନେ ମାସ ସାରା କାର୍ତ୍ତିକ ବ୍ରତ ପାଳନ କରୁଥିବାରୁ ପ୍ରତିଦିନ ସେମାନେ ନୀଳମାଧବ ଜୀଉ ଓ ବିଭିନ୍ନ ଶୈବ ପୀଠରେ ପୂଜାର୍ଚ୍ଚନା କରୁଥିବା ଲକ୍ଷ୍ୟ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri