ନୀଳାଚଳ ଇସ୍ପାତ କାରଖାନା ଘରୋଇକରଣକୁ ବିରୋଧ: ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା

ଡୁବୁରୀ,୨୪।୮(ଡି.ଏନ୍‌.ଏ.)- କଳିଙ୍ଗନଗରସ୍ଥିତ ଏକ ମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ଉଦ୍ୟମକୁ ନୀଳାଚଳ ବଞ୍ଚାଓ ସମିତି ବିରୋଧ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର କାରଖାନାର କର୍ମଚାରୀ ଓ ଠିକା ଶ୍ରମିକମାନେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଥିଲେ। ଏଥିରେ କାରଖାନାର ସମସ୍ତ ବିଭାଗର ଶତାଧିକ କର୍ମଚାରୀ ସାମିଲ ଥିଲେ। ବିକ୍ଷୋଭକାରୀମାନେ ବିଭିନ୍ନ ପ୍ଲାକାର୍ଡ ଧରି କାରଖାନା ଘରୋଇକରଣକୁ ବିରୋଧ କରିବା ସହ ସେଲ୍‌ (ଷ୍ଟିଲ ଅଥୋରିଟି ଅଫ ଇଣ୍ଡିଆ ଲିମିଟେଡ) ନୀଳାଚଳ କାରଖାନାକୁ ନେବା ପାଇଁ ଦାବି କରିଥିଲେ। ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟଧରି କର୍ମଚାରୀମାନେ କାରଖାନା ମୁଖ୍ୟ ଫାଟକରେ ଧାରଣା ଦେବାରୁ କାରଖାନାରେ ଏକ ପ୍ରକାର ଅଚଳାବସ୍ଥା ସୃଷ୍ଟି ହୋଇଥିଲା। କାରଖାନାର ଉଚ୍ଚ ପଦାଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ ଅନୁରୋଧ କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। କିନ୍ତୁ ନୀଳାଚଳ କାରଖାନା ଘରୋଇକରଣ ସମ୍ପର୍କରେ ଉଚ୍ଚକର୍ତ୍ତୃପକ୍ଷ ଆଲୋଚନା କରି ନ ଥିବା ନୀଳାଚଳ ବଞ୍ଚାଓ ସମିତି ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ନୀଳାଚଳ କାରଖାନାରୁ ଏମ୍‌ଏମ୍‌ଟିସି ତାର ଶେୟାର ବିକ୍ରି କରିଦେବାକୁ ନିଷ୍ପତ୍ତି ନେବାପରେ କାରଖାନା ସେଲ୍‌ ସହ ମିଶ୍ରଣ ହେବ କି କୌଣସି ଘରୋଇ କମ୍ପାନୀକୁ ହସ୍ତାନ୍ତର କରାଯିବ ସେ ନେଇ ଅଦ୍ୟାବଧି ସରକାରୀ ସ୍ତରରେ ନିଷ୍ପତ୍ତି ହୋଇନାହଁି। ଏମ୍‌ଏମ୍‌ଟିସି କାରଖାନରୁ ନିଜ ଶେୟାର ବିକ୍ରି କରିବାକୁ ନିଷ୍ପତ୍ତି ପରେ ଗତ ଏକ ମାସ ହେଲା କାରଖାନରେ ଉପତ୍ାଦନ ବନ୍ଦ ରହିଛି। ଏଭଳି ସ୍ଥିିତିରେ କାରଖାନା କର୍ମଚାରୀମାନେ ନାନା ଆଶା ଓ ଆଶଙ୍କାରେ ରହିଛନ୍ତି। କାରଖାନାକୁ ଘରୋଇକରଣ କରାଯିବାକୁ କୌଣସି ପରିସ୍ଥିତିରେଦଆଯିବ ନାହଁ ବୋଲି ନୀଳାଚଳ ବଞ୍ଚାଓ ସମିତିର ମହିରାମ ପୂର୍ତ୍ତୀ, ଅଜୟ ମହାନ୍ତ, ଗଙ୍ଗାଧର ଗହନାୟକ, ବାଇଧର ପ୍ରଧାନ, ପ୍ରଭଞ୍ଜନ ସାମନ୍ତରାୟ, ଏମ୍‌ ଆର ଖିଲାର, ରାଜେଶ୍ୱର ମହାନ୍ତ, ବିଶ୍ୱଜିତ ସାମନ୍ତରାୟ, ଯଦୁମଣି ମହାନ୍ତ ପ୍ରମୁଖ କର୍ମଚାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri