ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ଏହି ସୂଚନା ପରେ ନୀଳାଚଳ କମ୍ପାନୀର କର୍ମଚାରୀ ଓ ଶ୍ରମିକ ମହଲରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ବିଜୁ ବାବୁଙ୍କ ଦ୍ୱିତୀୟ ଇସ୍ପାତ କମ୍ପାନୀକୁ ନିଲାମ କରି ଘରୋଇକରଣକୁ ବରଦାସ୍ତ କରାଯିବ ନାହିଁ ବୋଲି ଅଞ୍ଚଳବାସୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।
ଇସ୍ପାତ ମନ୍ତ୍ରଣାଳୟ ଅଧିନରେ ୧୯୮୪ରେ ଦୈତାରୀ ନିକଟରେ ଦ୍ୱିତୀୟ ଇସ୍ପାତ କାରଖାନା ସ୍ଥାପନ ପାଇଁ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ କମ୍ପାନୀ ପ୍ରତିଷ୍ଠା ହୋଇଥିଲା। ଏଥିପାଇଁ ପର୍ଯ୍ୟାୟକ୍ରମେ ନବେ ଦଶକରେ ଜମି ଅଧିଗ୍ରହଣ ଆରମ୍ଭ ହୋଇଥିଲା। ୧୪ା୧୨ା୧୯୯୨ରେ କେନ୍ଦ୍ର ସରକାରଙ୍କୁ ଏହି ପ୍ରକଳ୍ପ ହସ୍ତାନ୍ତର କରିବାକୁ ରାଜ୍ୟ ସରକାର ଆବେଦନ କରିଥିଲେ। ୧୨ା୪ା୧୯୯୪ରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଏକ ବୁଝାମଣା ସ୍ବାକ୍ଷର ହୋଇ କେନ୍ଦ୍ର ସରକାର ୭.୭୩ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତିକୁ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିଥିଲେ। କାରଖାନା ପ୍ରତିଷ୍ଠାର ୫ବର୍ଷ ମଧ୍ୟରେ ଏହାକୁ ସମନ୍ବିତ ଇସ୍ପାତ କାରଖାନା ଭାବେ ପ୍ରତିଷ୍ଠା ନ କଲେ ଏହା ପୁଣି କେନ୍ଦ୍ର ସରକାରଙ୍କ ନିକଟକୁ ଫେରିଯିବ ବୋଲି ବୁଝାମଣାରେ ସେତେବେଳେ ସର୍ତ୍ତ ରଖାଯାଇଥିଲା। ତେବେ ସମୟକ୍ରମେ ଓଡ଼ିଶା ସରକାର ଏହି କାରଖାନାକୁ ଚଳାଇବା ପାଇଁ ଏମ୍‌ଏମ୍‌ଟିସି ସହ ଭାଗୀଦାରି କରିଥିଲେ। ଏହାପରେ ଜମି ଅଧିଗ୍ରହଣ କରି ୨୦୦୦ରୁ ଉତ୍ପାଦନ ଆରମ୍ଭ ହୋଇଥିଲା। ଏଥିରେ ୬୬୮ ପରିବାରଙ୍କୁ ବିସ୍ଥାପିତ କରାଯାଇ ୪୫୨ଜଣଙ୍କୁ ନିଯୁକ୍ତି ମିଳିଛି। ଜମି ଅଧିଗ୍ରହଣ ସମୟରେ ଓଡ଼ିଶା ସରକାର ଏହା ଦ୍ୱିତୀୟ ସରକାରୀ ଇସ୍ପାତ କାରଖାନା ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଉତ୍ପାଦନର ପ୍ରାୟ ଦୁଇ ଦଶନ୍ଧି ପରେ ମଧ୍ୟ ସମନ୍ବିତ ଇସ୍ପାତ କାରଖାନା ସ୍ବପ୍ନରେ ରହିଗଲା। ଏବେ ଏମ୍‌ଏମ୍‌ଟିସି, ମେକନ ସହ ୬ଟି ଅଂଶୀଦାର ନିଜର ପୁଞ୍ଜି ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏନେଇ କଳିଙ୍ଗନଗର ଶ୍ରମିକ ସଂଘ, ନୀଳାଚଳ ବିସ୍ଥାପିତ ସଂଘ, କଳିଙ୍ଗନଗର ମଜଦୁର ୟୁନିୟନ ଓ ନୀଳାଚଳ ନିର୍ବାହୀ ସଂଘ ପକ୍ଷରୁ କାରଖାନାକୁ କେବେବି ଘରୋଇକରଣ କରି ଦିଆଯିବ ନାହିଁ ବୋଲି କହିବା ସହ ନୀଳାଚଳ ହାଉସ ଘେରାଓ କରିଥିବା ମଧ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri