ନୀହାରିକାକୁ ମୋ’ ପୁଅ ବହୁତ ଭଲପାଉଥିଲା, ସେ କଦାପି ମାରିପାରିବ ନାହିଁ: ରାଜାଙ୍କ ମା’

ଜଗତସିଂହପୁର ଅଫିସ/ବିରିଡି(ଡି.ଏନ୍‌.ଏ.), ୨୦।୯: ନୀହାରିକାଙ୍କୁ ମୋ’ ପୁଅ ବହୁତ ଭଲପାଉଥିଲା। ତାକୁ ସେ କଦାପି ମାରିପାରିବ ନାହିଁ। ସେ ନିର୍ଦ୍ଦୋଷ। ଘଟଣାରେ ମୋ’ ପୁଅର ସମ୍ପୃକ୍ତି ନାହିଁ। ତାକୁ ଫସାଇ ଦିଆଯାଇଛି। ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ନେଇ ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା)ଙ୍କ ମା’ ଶନିବାର ଏଭଳି ପ୍ରତିକ୍ରିୟା ଦେଇଛନ୍ତି।

ସେ କହିଛନ୍ତି, ମୋ ପୁଅ ରାଜା ନିର୍ଦ୍ଦୋଷ। ସେ ନୀହାରିକାଙ୍କୁ ଏତେ ଭଲ ପାଉଥିଲା ଯେ କଦାପି ମାରି ପାରିବନି। ରାଜା ସହ ବିବାହ ପାଇଁ ନୀହାରିକାଙ୍କ ମା’ ରାଜି ନ ଥିଲେ। କିନ୍ତୁ ମୁଁ ତାଙ୍କୁ ବୁଝାଇଥିଲି। ଏହାପରେ ଡିସେମ୍ବରରେ ଉଭୟଙ୍କ ବିବାହ ଲାଗି ସ୍ଥିର ହୋଇଥିଲା। ସେ କେଉଁଆଡେ ପଳାଇଥିଲା। ଶୁକ୍ରବାର ଆସିଲା। ଆସିବା ପରେ ତାକୁ ଆତ୍ମସମର୍ପଣ ପାଇଁ ନେଇଥିଲି। ହେଲେ ଅଧାବାଟରୁ ପୋଲିସ ତାକୁ ଗାଡ଼ିରେ ବସାଇ ନେଇଗଲା। ମୋ ସ୍ବାମୀ ଏବଂ ପୁଅକୁ ଫେରାଇ ଦିଆଯାଉ। ଚଳିବି କେମିତି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ ନୀହାରିକାଙ୍କ ମୃତଦେହ ଏକ ଅଖାରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହାପରଠାରୁ ତାଙ୍କୁ ହତ୍ୟା କରି ସେଠାରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ତେବେ ଉକ୍ତ ଦିନଠାରୁ ପ୍ରେମିକ ମଧ୍ୟ ଫେରାର ଥିବାରୁ ସେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଥିଲା। ଅପରପକ୍ଷେ ଅଭିଯୁକ୍ତ କିଶୋର ନିଜେ ଶୁକ୍ରବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ପୋଲିସ କଟକର କୌଣସି ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri