ନୁନୁକାପଶିରେ ଲୋ ଭୋଲଟେଜ୍‌ ସମସ୍ୟା: ସମାଧାନ ନ ହେଲେ ଆନ୍ଦୋଳନ

ବଇଣ୍ଡା,୬।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ଗ୍ରାମରେ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ପୁରୁଣା ଟ୍ରାନ୍ସଫର୍ମରକୁ ହଟାଇ ନୂତନ ଟ୍ରାନ୍ସଫର୍ମର ଲଗାଯାଉ ନ ଥିବା ଯୋଗୁ ଲୋଭୋଲଟେଜ ସମସ୍ୟା ଦେଖାଦେଉଛି। ଫଳରେ ଲୋକେ ଗରମରେ ହନ୍ତସନ୍ତ ହେଉଛନ୍ତି। ଏ ନେଇ ବୁଧବାର ସାହିବାସୀ ବଇଣ୍ଡା ଏନ୍‌ଜେଏନ କନିଷ୍ଠ ଯନ୍ତ୍ରୀ ବିଶ୍ୱରଞ୍ଜନ ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଗ୍ରାମବାସୀ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି, ବଇଣ୍ଡାର ଉକ୍ତ ସ୍ଥାନ ଏକ ପ୍ରମୁଖ ସ୍ଥାନ ହୋଇଥିବାବେଳେ ଏବେ ବିଦ୍ୟୁତ୍‌ ସମସ୍ୟା ଏକ ନିତିଦିନିଆ ସମସ୍ୟା ପାଲଟିଗଲାଣି। ୧୦୦ରୁ ଊର୍ଦ୍ଧ୍ୱ ଉପଭୋକ୍ତା ଥିଲେ ମଧ୍ୟ ସେମାନଙ୍କୁ ସଠିକ ବିଦ୍ୟୁତ୍‌ ଯୋଗାଇ ଦିଆଯାଉ ନାହିଁ। ବାରମ୍ବାର ବିଦ୍ୟୁତ୍‌ କାଟ ସାଙ୍ଗକୁ ଲୋଭୋଲଟେଜ ସମସ୍ୟା ଫଳରେ ଅନେକ ବିଦ୍ୟୁତ୍‌ ଉପକରଣ ପୋଡ଼ିଯାଉଛି। ସାହିରେ ଥିବା ଟ୍ରାନ୍ସଫର୍ମରଟି ବହୁ ପୁରୁଣା ହୋଇଯାଇଥିବେଳେ ପ୍ରତିଦିନ ୪ରୁ୫ ଥର ଫିଉଜ ଉଡ଼ିଯାଉଛି। ଉପଭୋକ୍ତାଙ୍କ ସଂଖ୍ୟା ବଢୁଥିବାବେଳେ ଉଚ୍ଚମାନର ଟ୍ରାନ୍ସଫର୍ମର ଲଗାଯାଉ ନାହିଁ। ଫଳରେ ଅତ୍ୟଧିକ ଲୋଡ ପଡ଼ି ଟ୍ରାନ୍ସଫର୍ମରଟି ଅଚଳ ହୋଇପଡ଼ୁଛି। ଏ ନେଇ ପୂର୍ବରୁ ଏନ୍‌ଜେଏନ ଓ ସେସୁକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ତୁରନ୍ତ ଏହାର ସମାଧାନ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଗ୍ରାମର ମିଟୁ ସତପଥୀ, ଗିରିଷ ଚନ୍ଦ୍ର ବେହେରା, ରମେଶ ଘିଓ୍ବାଲା, ବୀର ସତପଥୀ, ରାଜେନ୍ଦ୍ର ରାଉତ, ପ୍ରକାଶ ମିଶ୍ର, ଲୁଲୁ ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri