ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି ଏବଂ ବକରିଦି। ୮୨ ବର୍ଷ ବୟସ୍କ ବକରିଦି ସ୍ଥାନୀୟ ମଦ୍ରାସାରେ ଶିକ୍ଷାଦାନ କରନ୍ତି। ସେହିପରି କୃଷ୍ଣଦତ୍ତ ଗାଁରେ ଥିବା ତପେଶ୍ୱର ଶିବ ମନ୍ଦିରରେ ପୂଜା କରନ୍ତି। ଦୁଇ ବନ୍ଧୁଙ୍କ ମଧ୍ୟରେ ଏଭଳି ବନ୍ଧୁତା ୭୫ ବର୍ଷ ଧରି ରହିଆସିଛି। ସେମାନଙ୍କ ଉଦ୍ୟମରେ ଗାଁରେ ତପେଶ୍ୱର ମନ୍ଦିର ନିର୍ମାଣ କରାଯାଇଥିଲା। ଜାଗର, ଶ୍ରାବଣ ମାସ ସୋମବାର ଏବଂ ଅନ୍ୟ ପର୍ବପର୍ବାଣୀରେ ବକରିଦି ମନ୍ଦିରକୁ ନ ଆସିଲେ କୃଷ୍ଣଦତ୍ତ ପୂଜା ନ କରି ଅପେକ୍ଷା କରିଥାନ୍ତି। ବକରିଦି ଆସିଲେ ପୂଜା ହୁଏ। ଗାଁରେ ଉଭୟ ସମ୍ପ୍ରଦାୟ ହୋଲି, ଦିଓ୍ବାଲି, ଇଦ୍‌ ମିଳିମିଶି ପାଳନ କରନ୍ତି। ସେମାନେ କୁହନ୍ତି ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌। ଆମେ ହିନ୍ଦୁସ୍ତାନୀ ଆମ ଦେଶ ହିନ୍ଦୁସ୍ତାନ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri