ନୂଆଁଖାଇ ପୂର୍ବରୁ ଦେବୀଦେବ ଉପାସନା

ରିଷିଡା,୨୭।୮(ଡି.ଏନ.ଏ.): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଆଉ ୬ ଦିନ ରହିଲା । ନୂଆଁଖାଇ ପର୍ବ ପାଳନ କରିବା ପାଇଁ ଏବେଠୁ ଲୋକେ ନିଜକୁ ପ୍ରସ୍ତୁତ ଆରମ୍ଭ କରିଦେଇଥିବା ବେଳେ ବିଭିନ୍ନ ଗ୍ରାମରେ ଗ୍ରାମ ଦେବୀଦେବଙ୍କ ଉପାସନା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ରିଷିଡା କନ୍ଧପଡା ଓ ସଲଣ୍ଡିଆ ମୁଣ୍ଡାର ଧରଣୀ ପୀଠରେ ନୂଆଁଖାଇ ପୂର୍ବ ରୋଗୀ ବଟା ପର୍ବ ପାଳନ କରାଯାଇଛି । ରୋଗୀ ବଟା ପର୍ବ ଏକ ନିଆରା ପାରମ୍ପାରିକ ପର୍ବ । ନୂଆଁଖାଇ ପୂର୍ବରୁ ପଡୁଥିବା ମଙ୍ଗଳବାର ଏହା ପାଳନ କରାଯାଏ । ଏଥିରେ ଗ୍ରାମବାସୀଙ୍କୁ ରୋଗରୁ ମୁକ୍ତି କରିବା ନିମନ୍ତେ ଧରଣୀ ମା’ଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ଗାଁ ଗାଁ ବୁଲି ଧୂପ, ଫୁଲ, ଅରୁଆ ଚାଉଳ ସଂଗ୍ରହ କରାଯାଇ ପୀଠ ସ୍ଥଳରେ ଗାଁର ଝାଙ୍କର (ପୂଜାରୀ)ମାନେ ପୂଜାର୍ଚ୍ଚନା କରିଥାନ୍ତି । ଏଥିରେ ଗଞ୍ଜା କୁକୁଡା ବଳି ଦିଆଯାଇଥାଏ । ପୂଜାର୍ଚ୍ଚନାରେ ପୂଜକ ସହ ଅନେକ ସହକର୍ମୀ ସହଯୋଗ କରିଥାନ୍ତି । ନୂଆଁଖାଇ ପର୍ବ ପୂର୍ବରୁ ଏହି ପୂଜା କରାଯାଇ ନୂଆଁଖାଇ ପର୍ବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri