ନୂଆଁଖାଇ ପୂର୍ବରୁ ଦେବୀଦେବ ଉପାସନା

ରିଷିଡା,୨୭।୮(ଡି.ଏନ.ଏ.): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଆଉ ୬ ଦିନ ରହିଲା । ନୂଆଁଖାଇ ପର୍ବ ପାଳନ କରିବା ପାଇଁ ଏବେଠୁ ଲୋକେ ନିଜକୁ ପ୍ରସ୍ତୁତ ଆରମ୍ଭ କରିଦେଇଥିବା ବେଳେ ବିଭିନ୍ନ ଗ୍ରାମରେ ଗ୍ରାମ ଦେବୀଦେବଙ୍କ ଉପାସନା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ରିଷିଡା କନ୍ଧପଡା ଓ ସଲଣ୍ଡିଆ ମୁଣ୍ଡାର ଧରଣୀ ପୀଠରେ ନୂଆଁଖାଇ ପୂର୍ବ ରୋଗୀ ବଟା ପର୍ବ ପାଳନ କରାଯାଇଛି । ରୋଗୀ ବଟା ପର୍ବ ଏକ ନିଆରା ପାରମ୍ପାରିକ ପର୍ବ । ନୂଆଁଖାଇ ପୂର୍ବରୁ ପଡୁଥିବା ମଙ୍ଗଳବାର ଏହା ପାଳନ କରାଯାଏ । ଏଥିରେ ଗ୍ରାମବାସୀଙ୍କୁ ରୋଗରୁ ମୁକ୍ତି କରିବା ନିମନ୍ତେ ଧରଣୀ ମା’ଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ଗାଁ ଗାଁ ବୁଲି ଧୂପ, ଫୁଲ, ଅରୁଆ ଚାଉଳ ସଂଗ୍ରହ କରାଯାଇ ପୀଠ ସ୍ଥଳରେ ଗାଁର ଝାଙ୍କର (ପୂଜାରୀ)ମାନେ ପୂଜାର୍ଚ୍ଚନା କରିଥାନ୍ତି । ଏଥିରେ ଗଞ୍ଜା କୁକୁଡା ବଳି ଦିଆଯାଇଥାଏ । ପୂଜାର୍ଚ୍ଚନାରେ ପୂଜକ ସହ ଅନେକ ସହକର୍ମୀ ସହଯୋଗ କରିଥାନ୍ତି । ନୂଆଁଖାଇ ପର୍ବ ପୂର୍ବରୁ ଏହି ପୂଜା କରାଯାଇ ନୂଆଁଖାଇ ପର୍ବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri