Posted inଗଜପତି

ନୂଆଗଡ଼ ବ୍ଲକରେ ଡେଙ୍ଗୁ ଆତଙ୍କ , ଜଣେ ମୃତ, ୩୩ ଆକ୍ରାନ୍ତ

ଆର.ଉଦୟଗିରି,୧୦ା୧୧(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ନୂଆଗଡ ଗ୍ରାମ ନଦୀପାଖ ସାହିର ୩୩ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅଧିକାଂଶ ରୋଗୀ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ଶୁକ୍ରବାର ଏଠାରେ ୧୦ ଜଣ ଚିକିତ୍ସିତ ହେଉଛନ୍ତି। ନଦୀପାଖ ସାହି ଗ୍ରାମର ପ୍ରିୟ ପାଣିଙ୍କୁ କିଛିଦିନ ତଳେ ଜ୍ୱର ହୋଇଥିଲା। ନିକଟସ୍ଥ ଡାକ୍ତରଖାନାକୁ ଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହାପରେ ଗ୍ରାମର ୪୦ରୁ ଉର୍ଦ୍ଧ୍ୱ ବ୍ୟକ୍ତି ଜ୍ୱରରେ ପଡିଥିଲେ। ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ର ସହ ପାରଳାଖେମୁଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ କେତେକଙ୍କୁ ବ୍ରହ୍ମପୁର ବଡମେଡିକାଲ ନିଆଯାଇଥିଲା। ଏନେଇ ଗଜପତି ଜିଲା ସିଡିଏମ୍‌ଓ ଡା. ଗୁନୁରାଣୀ ପଟ୍ଟନାୟକଙ୍କୁ ପଚାରିବାରୁ ଗ୍ରାମର ୩୩ ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକଲକୁ ପଠାଯାଉଛି ବୋଲି କହିଥିଲେ। ତେବେ ଡେଙ୍ଗୁ ରୋଗରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବାର କୌଣସି ସୂଚନା ନାହିଁ ବୋଲି ସେ କହିଥିଲେ। ଅନ୍ୟପକ୍ଷେର ଶୁକ୍ରବାର ନୂଆଗଡ ଗ୍ରାମର ଲୋକମାନେ ଏ ବିଷୟରେ ବିଡିଓ ପ୍ରଫୁଲ କୁମାର ମୁର୍ମୁଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଖଜୁରିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଜଣାଇଥିଲେ। ସେଠାରୁ ଏକ ସ୍ବାସ୍ଥ୍ୟଟିମ ଗ୍ରାମରେ ପହଞ୍ଚତ୍ ବିଭିନ୍ନ ସାହିରେ ବ୍ଲିଚିଂ ପକାଇବା ସହ ଆବଶ୍ୟକୀୟ ପଦକ୍ଷେପ ନେଇଥିଲେ। ସେହିପରି ଗ୍ରାମର ଯୁବକମାନେ ମଧ୍ୟ ସଫେଇ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?