ନୂଆଗାଁ ଗ୍ରାମରେ ବଜ୍ରପାତ, ୪ ଗୁରୁତର

ପାଲଲହଡା,୩।୯(ଡି.ଏନ.ଏ.)-ପାଲଲହଡା ବ୍ଲକ ଅଲୋରୀ ପଞ୍ଚାୟତ ଖମାର ଥାନା ନୂଆଗାଁ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଘଟି ଗୋଟିଏ ପରିବାରର ୪ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଫୁଲ କଳା, ଶୁକ୍ରା କଳା, ସୁଭଦ୍ରା କଳା ଏବଂ ସୋମବାରୀ କଳା। ସମସ୍ତେ ଖାଇସାରି ଘର ବାରଣ୍ଡାରେ ବସିଥିବା ସମୟରେ ବଜ୍ରପାତ ହୋଇଥିଲା। ଫଳରେ ସମସ୍ତେ ଅଚେତ ହୋଇ ପଡ଼ିଥିଲେ। ପରେ ପରିବାର ଲୋକେ ଏବଂ ଗ୍ରାମବାସୀ ସେମାନଙ୍କୁ ଉଦ୍ଧାର କରି ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଗୁରୁତରଙ୍କୁ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପାଲଲହଡା ବିଧାୟକ ମୁକେଶ କୁମାର ପାଲ ଗୁରୁତରଙ୍କୁ ଭେଟି ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏହାପରେ ସମସ୍ତ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri