ନୂଆପଡାରେ ବୁଦ୍ଧିଜୀବୀ ସମ୍ମିଳନୀ: ସମସ୍ୟା ସମାଧାନର ବାଟ ଖୋଜୁଛନ୍ତି ବୁଦ୍ଧିଜୀବୀ; ପାର୍ଲାମେଣ୍ଟରେ ଉପସ୍ଥାପନ କରିବି: ଏମ୍‌ପି

ନୂଆପଡା ଅଫିସ,୩୦ା୮-ଲୋକଙ୍କ ବହୁ ଆଶା ଆକାଂକ୍ଷା ଥିଲା ଯେ ନୂଆପଡା ଏକ ଜିଲା ହେବ । ଲୋକଙ୍କର ସବୁ ସମସ୍ୟା ସହଜେ ସମାଧାନ ହେବ । ଜିଲା ଗଠନ ହେବା ଦିନଠାରୁ ସରକାର ଏଠିକାର ଉନ୍ନୟନ ସକାଶେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଚାଲିଲେ । ହେଲେ ଫଳାଫଳ କିଛି ଦୃଶ୍ୟମାନ ହେଲାନାହିଁ । ଏହା ବୁଦ୍ଧିଜୀବୀମାନଙ୍କୁ ବ୍ୟଥିତ କରୁଛି । ଏଥିପାଇଁ ସରକାର ସମାଧାନର ରାସ୍ତା ତୁରନ୍ତ ବାହାର କରିବା ଦରକାର ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି। ଜାତି ଦଳ ନିର୍ବିଶେଷରେ ଗୁରୁବାର ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ବୁଦ୍ଧିଜୀବୀ ସମ୍ମିଳନୀରେ ଲୋକେ ବିଭିନ୍ନ ସମସ୍ୟା ଉପସ୍ଥାପନ କରିବା ସହ ପ୍ରସ୍ତାବ ରଖିଥିଲେ। ଅପରାହ୍ନରେ ଅନୁଷ୍ଠିତ ସମ୍ମିଳନୀରେ କଳାହାଣ୍ଡି ଏମପି ବସନ୍ତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବାବେଳେ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ, ମୂରଲୀଧର ପଣ୍ଡା, ହୋମସିଂ ମାଝି, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ରାମନାଥ ସାହୁ, ରାମେଶ୍ୱର ମୁଣ୍ଡ, କ୍ଷୀରୋଦ ନିବାସ ପଣ୍ଡା, ଭଗବାନ ନାଏକ, ନିରୋଜ ପାଢୀ, ହେମନ୍ତ କୁମାର ଦଣ୍ଡସେନା ପ୍ରମୁଖ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତ ବୁଦ୍ଧିଜୀବୀ ବିଭିନ୍ନ ସମସ୍ୟା ଉପରେ ଉପସ୍ଥାପନ କରିଥିଲେ। ଏହି ଅବସରରେ ସୁରେଶ କୁମାର ଅଗ୍ରୱାଲ, ରମେଶ ଭୋଇ, କମଳ ପଣ୍ଡା, ଅମିତାଭ ବୋଷ ପ୍ରମୁଖ ବିଭିନ୍ନ ସମସ୍ୟା ଉପରେ କହିଥିଲେ । ଜିଲା ଗଠନର ଏତେ ବର୍ଷ ପରେ ମଧ୍ୟ ଏଠାରେ ଚିକିତ୍ସା ସେବା, ପ୍ରାଥମିକ ହେଉ କି ଉଚ୍ଚ ଶିକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି । ରାସ୍ତାଘାଟ ସମସ୍ୟା ସଙ୍ଗୀନ ହେଉଛି । ଏହାକୁ ନେଇ ବୁଦ୍ଧିଜୀବୀମାନେ ବ୍ୟଥିତ ହୋଇଥିଲେ। ଏହା ଉପରେ ରାଜ୍ୟ ତଥା କେନ୍ଦ୍ର ସରକାର ଧ୍ୟାନ ଦେବା ଜରୁରୀ ବୋଲି ମତ ଦେଇଥିଲେ। ଏହା ଉପରେ ଏମପି ପଣ୍ଡା ଗୋଟି ଗୋଟି କରି ଲିପିବଦ୍ଧ କରିଥି ବାବେଳେ ଆଗାମୀ ଦିନରେ ଜିଲାବାସୀଙ୍କ ତରଫରୁ କେନ୍ଦ୍ର ସରକାରଙ୍କ ଦୃଷ୍ଟିକୁ ଆଣିବେ ବୋଲି କହିଥିଲେ । ଏଥିରେ ନୂଆପଡା ସମେତ ଆଖପାଖ ଅଞ୍ଚଳର ଶତାଧିକ ବୁଦ୍ଧିଜୀବୀ ଯୋଗଦେଇଥିଲେ । ବିଭିନ୍ନ ସଙ୍ଗଠନ ଯଥା ପତଞ୍ଜଳୀ ଯୋଗ ସମିତି, ଶିକ୍ଷକ ସଙ୍ଗଠନ, ଗାୟତ୍ରୀ ପରିବାର, ଗୁରୁକୁଳ ପରିବାରରୁ ଲୋକେ ଯୋଗଦେଇ ନୂଆପଡା ତଥା ଜିଲାର ହିତ ପାଇଁ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ ସୀମାଞ୍ଚଳ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri