ନୂଆପଦର ସରପଞ୍ଚଙ୍କ ପଦବୀ ରଦ୍ଦ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧୧- ୨ରୁ ଅଧିକ ସନ୍ତାନ ଥାଇ ନିର୍ବାଚନ ଲଢ଼ିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ନୂଆପଦର ସରପଞ୍ଚ ଲାଲୁ କହଁରଙ୍କୁ ମହଙ୍ଗା ପଡିଛି । ଏନେଇ ଆଗତ ଏକ ମାମଲାର ବିଚାର କରି ଜିଲାପାଳ ଡା. ବୃନ୍ଦା ଡି. ସରପଞ୍ଚଙ୍କ ପଦବୀ ରଦ୍ଦ କରିଛନ୍ତି। ତାଙ୍କ ସ୍ଥାନରେ ନାଏବ ସରପଞ୍ଚ ଦାୟିତ୍ୱରେ ରହିବେ।
ପ୍ରକାଶ ଯେ, ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଲାଲୁ କହଁର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ତାଙ୍କର ୩ ସନ୍ତାନ ଥିବା ଦର୍ଶାଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ହାରି ଯାଇଥିବା ଗୟାଧର ୨୦୧୭ରେ ଏ ନେଇ ଅଭିଯୋଗ କରିଥିଲେ। ୨ ବର୍ଷ ପରେ ଗୟାଧରଙ୍କ ପକ୍ଷରୁ ଆଗତ ଅଭିଯୋଗର ଶୁଣାଣି ହୋଇଥିଲା। ପ୍ରମାଣକୁ ଆଧାର କରି ଘଟଣାରେ ସତ୍ୟତା ଥିବା ଜିଲାପାଳ ଅବଗତ ହେବାପରେ ଉପରୋକ୍ତ ରାୟ ଶୁଣାଇଛନ୍ତି।
ସୁଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୨୩ରେ ପଞ୍ଚାୟତର କିଛି ବ୍ୟକ୍ତି ଆସି ସରପଞ୍ଚ ଲାଲୁ କହଁରଙ୍କୁ ବହିସ୍କାର କରିବାକୁ ଜିଲାପାଳଙ୍କ ପାଖରେ ଦାବି କରିଥିଲେ। ସରପଞ୍ଚ ୩ ସନ୍ତାନର ଜନକ। ତାଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହାର ବିଚାର କରି ୨ ମାସ ମଧ୍ୟରେ ପଦକ୍ଷେପ ନେବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ କାହିଁକି ପଦକ୍ଷେପ ନିଆଯାଉନାହିଁ ବୋଲି ପଞ୍ଚାୟତବାସୀ ଦାବିପତ୍ରରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri