ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର

ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ମଙ୍ଗଳବାରଠାରୁ ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋଟୁରିଜିମ୍‌ ବେଳାଭୂମିରେ ବହୁ ପର୍ଯ୍ୟଟକଙ୍କ ସମାବେଶ ହୋଇଛି। ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବ ଓ ଏସିଆର ସର୍ବବୃହତ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁମାନେ ଦର୍ଶନ କରିଛନ୍ତି। ଏତଦ୍‌ଭିନ୍ନ ଭୋଗରାଇ ସୀମାନ୍ତ ଦୀଘା ଶଙ୍କରପୁରର, ତାଜପୁର, ମନ୍ଦାରମଣୀର ଲକ୍ଷାଧିକ ପର୍ଯ୍ୟଟକଙ୍କୁ ଆଗମନ ହୋଇଛି। ପୂର୍ବବର୍ଷକୁ ବିଦାୟ ଦେବା ଉଦ୍ଦେଶ୍ୟରେ ଯୁବତୀଯୁବକଙ୍କ ବିଭିନ୍ନ ରାସ୍ତାରେ ଡାକବାଜି ଯନ୍ତ୍ର, ଭୋଜିଭାତ, ସଙ୍ଗୀତନୃତ୍ୟର ଆସର ଜମିଛି। ଭୋଗରାଇ ବ୍ୟତୀତ ବାଲିଆପାଳର ଚୌମୁଖ, ଡଗରା, ବାହାବଳପୁର, ବାଲେଶ୍ୱରର ଚାନ୍ଦିପୁର ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି। ଦୀଘା, ଉଦୟପୁର ବେଳାଭୂମିରେ ପର୍ଯ୍ୟଟକମାନେ ସମୁଦ୍ର ଢ଼େଉରେ ଗାଧୋଇବା ସହିତ ନୌବିହାର ମଜା ନେଉଛନ୍ତି। ମଙ୍ଗଳବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ସଙ୍ଗୀତ ନୃତ୍ୟର ଆସର ଜମି ଥିବାବେଳେ ହୋଟେଲ, ଲଜ୍‌, ରେସ୍ତୋରାଁରେ ପର୍ଯ୍ୟଟକଙ୍କ ଉତ୍ସାହ ପରିଲକ୍ଷିତ ହୋଇଛି। ସବୁଠି ବିଦ୍ୟୁତ ରଙ୍ଗୀନ ଆଲୋକ, ବେଲୁନ, ଆତସବାଜିରେ ନୂତନବର୍ଷର ମାହୋଲ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri