ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍‌କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ଏଥିପାଇଁ କାମ ଆରମ୍ଭ ହୋଇଯାଇଛି। ସ୍ଥାୟୀ ଜୋତାଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ଟଏଲେଟ୍‌, ପାନୀୟଜଳ ସୁବିଧା ସାଙ୍ଗକୁ ଶ୍ରଦ୍ଧାଳୁମାନେ ବ୍ୟାରିକେଡରେ କିପରି ଶୃଙ୍ଖଳିତ ଭାବେ ଯାଇ ଦର୍ଶନ କରିବେ ତା’ର ବ୍ୟବସ୍ଥା ମଧ୍ୟ କରାଯାଉଛି। ନୂଆବର୍ଷରୁ ଭକ୍ତମାନେ ଏହି ସ୍ବତନ୍ତ୍ର ସୁବିଧା ପାଇପାରିବେ। ଏହିସବୁ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆବର୍ଷରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ଗତ ୪ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟ ଦେଇ ଶ୍ରଦ୍ଧାଳୁଙ୍କ ଲାଗି ସୁବନ୍ଦୋବସ୍ତ କରିବାକୁ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଶୃଙ୍ଖଳିତ ଦର୍ଶନ ଓ ୬୦ହଜାର ଶ୍ରଦ୍ଧାଳୁଙ୍କ ରହଣି ଲାଗି ବ୍ୟବସ୍ଥା କରିବାକୁ ମଧ୍ୟ କହିଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଲାଗି ଉଦ୍ୟମ ଆରମ୍ଭ କରିଦେଇଛନ୍ତି ସରକାର। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡକୁ ଘୁଞ୍ଚାଯିବା ଲାଗି ନିଷ୍ପତ୍ତି ହୋଇଛି। ପ୍ରତ୍ୟହ ପ୍ରାୟ ୫୦ରୁ ୬୦ ହଜାର ଭକ୍ତ ଦର୍ଶନ ପାଇଁ ଆସୁଥିବା ବେଳେ ସ୍ବତନ୍ତ୍ର ପର୍ବପର୍ବାଣି ଦିନଗୁଡ଼ିକରେ ଏହି ସଂଖ୍ୟା ଲକ୍ଷେ ଟପିଯାଉଛି। ଅଧିକାଂଶ ସମୟରେ ଲମ୍ବା ଲାଇନ ଲାଗୁଥିବାରୁ ଖରା, ବର୍ଷାରେ ଠିଆ ହେଉଛନ୍ତି ଭକ୍ତ। ତେଣୁ ସିଂହଦ୍ୱାରରେ ଯେଉଁ ଅସ୍ଥାୟୀ ବ୍ୟାରିକେଡ ରହିଛି ତାହାକୁ ଆହୁରି ପୂର୍ବ ପାର୍ଶ୍ୱକୁ ଘୁଞ୍ଚାଇ ଦିଆଯିବ ଏବଂ ଏହି ବ୍ୟାରିକେଡ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ହିଁ ଆରମ୍ଭ ହେବ। ଫଳରେ ବହୁ ସଂଖ୍ୟକ ଭକ୍ତ ବ୍ୟାରିକେଡ ଶେଡ୍‌ ତଳେ ରହିପାରିବେ। ଏହାର କାମ ଗୁରୁବାରଠାରୁ ଆରମ୍ଭ ହୋଇଛି। ବଡ଼ ବଡ଼ ଲୁହା ରେଲିଂ ଆସିଥିବାବେଳେ ଗାତ ଖୋଳାଯାଇଛି। ବ୍ରହ୍ମପୁରର ଏକ ଠିକା ସଂସ୍ଥା ଏହାର କାମ ନେଇଛି। ଅସ୍ଥାୟୀ ବ୍ୟାରିକେଡ ୧୪ ଲାଇନ ବିଶିଷ୍ଟ ହେବ ଓ ଏହା ଉପରେ ଶିଲିଂ ରହିବ। ଏଥିପାଇଁ ସିଂହଦ୍ୱାର ସମ୍ମୁଖରେ ଯେଉଁ କଣ୍ଟେନରଗୁଡ଼ିକ ପଡ଼ିିଥିଲା ତାହାକୁ ସ୍ଥାନାନ୍ତର କରାଯାଇଛି। ବଡ଼ ଆଖଡା ମଠ ପାଖରେ ସ୍ଥାୟୀ ଜୋତା ଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ପାନୀୟଜଳ ଏବଂ ଟଏଲେଟ୍‌ ବ୍ୟବସ୍ଥା କରାଯିବ। ଚଳିତ ମାସ ଶେଷ ସୁଦ୍ଧା କାମ ସାରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, ମହାପ୍ରଭୁଙ୍କୁ ଦର୍ଶନ ଲାଗି ଆସୁଥିବା ଶ୍ରଦ୍ଧାଳୁ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଯତ୍ନବାନ ଅଛି। ତେଣୁ ସବୁ ପ୍ରକାର ସୁବିଧା ସୁଯୋଗ କରାଯିବ। ଜୋତା ଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ପାନୀୟ ଜଳ, ଟଏଲେଟ୍‌ର ସ୍ଥାୟୀ ବ୍ୟବସ୍ଥା କରାଯାଉଛି। ବ୍ୟାରିକେଡ ଘୁଞ୍ଚତ୍ବା କାମ ଆରମ୍ଭ ହୋଇଛି। ଆସନ୍ତା ନୂଆବର୍ଷରୁ ଭକ୍ତଙ୍କୁ ଏ ସବୁର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖି କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri