Posted inପୁରୀ

ନୂଆବର୍ଷରୁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କୁ ମିଳିବ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୫ା୧୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍‌କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁଯାୟୀ ସ୍ଥାୟୀ ଜୋତାଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ଟଏଲେଟ୍‌, ପାନୀୟଜଳ ସୁବିଧା ସାଙ୍ଗକୁ ଶ୍ରଦ୍ଧାଳୁମାନେ ବ୍ୟାରିକେଡରେ କିପରି ଶୃଙ୍ଖଳିତ ଭାବେ ଯାଇ ଦର୍ଶନ କରିବେ ତା’ର ବ୍ୟବସ୍ଥା କରାଯାଉଛି। ନୂଆବର୍ଷରୁ ଭକ୍ତମାନେ ଏହି ସ୍ବତନ୍ତ୍ର ସୁବିଧା ପାଇପାରିବେ। ଏହିସବୁ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆବର୍ଷରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ଗତ ୪ ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତୀକାଳୀନ ରାୟ ଦେଇ ଶ୍ରଦ୍ଧାଳୁଙ୍କ ଲାଗି ସୁବନ୍ଦୋବସ୍ତ କରିବାକୁ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଲାଗି ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ୱାରରେ ଥିବା ଅସ୍ଥାୟୀ ବ୍ୟାରିକେଡକୁ ଆହୁରି ପୂର୍ବ ପାର୍ଶ୍ୱକୁ ଘୁଞ୍ଚାଇ ଦିଆଯିବ ଏବଂ ଏହି ବ୍ୟାରିକେଡ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରୁ ହିଁ ଆରମ୍ଭ ହେବ। ଫଳରେ ବହୁ ସଂଖ୍ୟକ ଭକ୍ତ ବ୍ୟାରିକେଡ ଶେଡ୍‌ ତଳେ ରହିପାରିବେ। ଏହାର କାମ ଗୁରୁବାରଠାରୁ ଆରମ୍ଭ ହୋଇଛି। ବଡ଼ ବଡ଼ ଲୁହା ରେଲିଂ ଆସିଥିବାବେଳେ ଗାତ ଖୋଳା ଚାଲିଛି। ବ୍ରହ୍ମପୁରର ଏକ ଠିକା ସଂସ୍ଥା ଏହାର କାମ ନେଇଛି। ସେହିପରି ବଡ଼ ଆଖଡା ମଠ ପାଖରେ ସ୍ଥାୟୀ ଜୋତା ଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ପାନୀୟଜଳ ଏବଂ ଟଏଲେଟ୍‌ ବ୍ୟବସ୍ଥା କରାଯିବ। ଏ ସବୁର କାମ ଆରମ୍ଭ ହୋଇଯାଇଛି। ଚଳିତମାସ ଶେଷ ସୁଦ୍ଧା କାମ ସମ୍ପୂର୍ଣ୍ଣ କରାଯିବାକୁ ସ୍ଥିର ହୋଇଛି। ଏ ସମ୍ପର୍କରେ ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, ମହାପ୍ରଭୁଙ୍କୁ ଦର୍ଶନ ଲାଗି ଆସୁଥିବା ଶ୍ରଦ୍ଧାଳୁ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଯତ୍ନବାନ ଅଛି। ତେଣୁ ସବୁ ପ୍ରକାର ସୁବିଧା ସୁଯୋଗ କରାଯିବ। ଜୋତା ଷ୍ଟାଣ୍ଡ, ମୋବାଇଲ ଷ୍ଟାଣ୍ଡ, ପାନୀୟ ଜଳ, ଟଏଲେଟ୍‌ର ସ୍ଥାୟୀ ବ୍ୟବସ୍ଥା କରାଯାଉଛି। ବ୍ୟାରିକେଡ ଘୁଞ୍ଚତ୍ବା କାମ ଆରମ୍ଭ ହୋଇଛି। ଆସନ୍ତା ନୂଆବର୍ଷରୁ ଭକ୍ତଙ୍କୁ ଏ ସବୁର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖି କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri