Posted inଖେଳ

ନୂଆବର୍ଷରେ ହାର୍ଦ୍ଦିକଙ୍କ ନିର୍ବନ୍ଧ

ନୂଆଦିଲ୍ଲୀ,୨।୧ (ପି.ଟି.)- ନୂଆବର୍ଷର ପ୍ରଥମ ଦିନରେ ଭାରତୀୟ ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ନିର୍ବନ୍ଧ କଥା ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି। ସର୍ବିୟା ଅଭିନେତ୍ରୀ ନତାଶା ଷ୍ଟାନ୍‌କୋଭିକଙ୍କ ସହ ତାଙ୍କର ନିର୍ବନ୍ଧ ହୋଇଛିି। ଇନ୍‌ଷ୍ଟାଗ୍ରାମ୍‌ରେ ପାଣ୍ଡ୍ୟା ଏ ନେଇ ଫଟୋ ପୋଷ୍ଟ କରିଛନ୍ତି। ୨୭ ବର୍ଷୀୟା ନତାଶା ଲୋକପ୍ରିୟ ରିୟଲିଟି ଶୋ ‘ବିଗ୍‌ ବସ୍‌’ର କଣ୍ଟେଷ୍ଟାଣ୍ଟ ଥିଲେ। ସେ ମଧ୍ୟ ମ୍ୟୁଜିକ୍‌ ଭିଡିଓ ‘ବାନ୍‌-ଡୁକ୍‌’ରେ ସାମିଲ ଥିଲେ। ଏହାଛଡ଼ା ସେ କୋତୋଟି ବଲିଉଡ୍‌ ଗୀତରେ ନୃତ୍ୟ ପରିବେଷଣ କରିଛନ୍ତି। ପୂର୍ବରୁ ନତାଶାଙ୍କ ସହ ପାଣ୍ଡ୍ୟା ନିୟମିତ ଡେଟିଂ କରିଆସୁଥିଲେ। ଏହି ଦୁହିଁଙ୍କ ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚା ଚାଲିଆସୁଥିଲା। ୨୬ ବର୍ଷୀୟ ହାର୍ଦ୍ଦିକ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଥିତ୍ବା ଫଟୋର ଏକ ମଜାଦାର କ୍ୟାପ୍‌ଶନ ଲେଖିଛନ୍ତି। ‘ନୂଆ ଫଟକା ସହ ନୂଆ ବର୍ଷର ଆରମ୍ଭ’ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଠାରେ ନତାଶାଙ୍କୁ ଫଟକା ବୋଲି ସୂଚାଇଛନ୍ତି। ପାଣ୍ଡ୍ୟା ପୋଷ୍ଟ କରିଥିବା ଏହି ଫଟୋ ଉପରେ କ୍ରିକେଟର ୟୁଜବେନ୍ଦ୍ର ଚହଲ, ସିଦ୍ଧେଶ ଲାଡ, କ୍ରୁନାଲ ପାଣ୍ଡ୍ୟାଙ୍କ ପତ୍ନୀ ତଥା ହାର୍ଦ୍ଦିକଙ୍କ ଭାଉଜ ପଙ୍ଖୁଡି ଶର୍ମା, ଅଭିନେତା ଅର୍ଜୁନ କପୁର ପ୍ରମୁଖ କମେଣ୍ଟ କରିଛନ୍ତି। ନତାଶା ମଧ୍ୟ ହାର୍ଦ୍ଦିକଙ୍କ ପରିବାର ସଦସ୍ୟଙ୍କ ସହ ପରିଚିତ ହୋଇସାରିଛନ୍ତି।
ହାର୍ଦ୍ଦିକ ବ୍ୟାକ୍‌ ଇଞ୍ଜୁରୀ ପାଇଁ ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ଓ ଦିନିକିଆ ସିରିଜ ଖେଳିପାରି ନ ଥିଲେ। ସେ ମଧ୍ୟ ଆଗାମୀ ଶ୍ରୀଲଙ୍କା ଓ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜ୍‌ରେ ସାମିଲ ହୋଇପାରିବେ ନାହିଁ। ତେବେ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ତାଙ୍କୁ ଭାରତୀୟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ଏ’ ଦଳରେ ସାମିଲ କରିଛି। ଶେଷଥର ପାଇଁ ୨୦୧୯ ସେପ୍ଟେମ୍ବରରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି୨୦ ମ୍ୟାଚ୍‌ ଖେଳିଥିଲେ ଓ ଏହା ତାଙ୍କର ଥିଲା ଶେଷ ଅନ୍ତର୍ଜାତୀୟ ମ୍ୟାଚ୍‌। ଏହି ସିରିଜ ପରେ ସେ ଅକ୍ଟୋବରରେ ଲଣ୍ଡନରେ ଅସ୍ତ୍ରୋପଚାର କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri