ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ବୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବୃଦ୍ଧି ହେବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ମିଳିବନି । ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି ବୋଲି ସରକାର କହିଛନ୍ତି। ସମସ୍ତ ଉତ୍ପାଦନ ୟୁନିଟ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ।

