ନୂଆ ନିୟମ ଲାଗୁ ପରେ ତତ୍ପରତା: ୧୧ ଦିନରେ ୪୩୦୨ ଲାଇସେନ୍ସ ଆବେଦନ

ଢେଙ୍କାନାଳ ଅଫିସ, ୧୩ା୯-ସଂଶୋଧିତ ମୋଟରଯାନ ନିୟମ ଲାଗୁ ହେବା ପରେ ଲାଇସେନ୍ସ ଆବେଦନ ପାଇଁ ଢେଙ୍କାନାଳ ଜିଲାରେ ବେଶ୍‌ ତପତ୍ରତା ପ୍ରକାଶ ପାଇଛି। ଜିଲା ସଦର ମହକୁମାରେ ଥିବା ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ କାର୍ଯ୍ୟାଳୟରେ ଅସମ୍ଭାଳ ଭିଡ଼ ହେଉଛି। ୧୧ଦିନ ମଧ୍ୟରେ ୪୩୦୨ ଗାଡ଼ି ଚାଳକ ଲର୍ନିଂ ଲାଇସେନ୍ସ ପାଇଁ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ୭୮୦ ଜଣଙ୍କୁ ଲାଇସେନ୍ସ ପ୍ରଦାନ କରାଯାଇଛି।
ପ୍ରତି ମାସରେ ହାରାହାରି ୪୫୦ ଲାଇସେନ୍ସ ପାଇଁ ଆବେଦନ ହେଉଥିଲା। ହେଲେ ନିୟମ ଲାଗୁ ହେବାର ୧୧ ଦିନ ଭିତରେ ୪୩୦୨ ଜଣ ଆବେଦନ କରିବା ଚର୍ଚ୍ଚାର ବିଷୟ ହୋଇଛି।
ସେହିପରି ମଦ୍ୟପ ଗାଡ଼ି ଚାଳକଙ୍କୁ ଧରିବାକୁ ଆର୍‌ଟିଓ କାର୍ଯ୍ୟାଳୟ ପକ୍ଷରୁ

ଉଦ୍ୟମ ଆରମ୍ଭ ହୋଇଛି। ଅଗଷ୍ଟରେ ୧୩ଜଣ ମଦ୍ୟପ ଗାଡ଼ି ଚଳାଉଥିବାବେଳେ ଧରାପଡ଼ିଛନ୍ତି। ସେମାନଙ୍କ ଲାଇସେନ୍ସ ରଦ୍ଦ କରାଯାଇଛି। ଏହି ସଂଖ୍ୟା ଜୁଲାଇରେ ୧୧ ଥିଲା।
ଅନ୍ୟପଟେ ଏବେ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଦଲାଲଙ୍କ ପୁଷମାସ ଚାଲିଛି। ସେମାନେ ମନଇଚ୍ଛା ଗାଡ଼ି ଚାଳକଙ୍କୁ ଲୁଟୁଥିବା ଅଭିଯୋଗ ହେଉଛି।
ଲର୍ନିଂ ଲାଇସେନ୍ସ ପାଇଁ ସରକାରୀ ଭାବେ ୨୨୨ ଟଙ୍କା ଧାର୍ଯ୍ୟ କରାଯାଇଛି। ହେଲେ ଆବେଦନକାରୀଙ୍କଠାରୁ ଦଲାଲମାନେ ୨ହଜାର ଟଙ୍କା ପର୍ଯ୍ୟନ୍ତ ଆଦାୟ କରୁଛନ୍ତି, ଯାହାକୁ କାର୍ଯ୍ୟାଳୟର ଅଧିକାରୀ ମଧ୍ୟ ସ୍ବୀକାର କରିଛନ୍ତି। ଫଳରେ ଦୂରଦୂରାନ୍ତରୁ ଆସୁଥିବା ଲୋକମାନେ ଦଲାଲଙ୍କ କବଳରେ ପଡ଼ି ଅଧିକ ଖର୍ଚ୍ଚାନ୍ତ ହେଉଛନ୍ତି। ଆବଶ୍ୟକ କର୍ମଚାରୀ ଅଭାବରୁ ଲୋକଙ୍କୁ ତ୍ୱରିତ ସେବା ମିଳୁନାହିଁ, ଯାହାକୁ ନେଇ ହିନସ୍ତା ହେଉଛନ୍ତି ଆବେଦନକାରୀ।
ଏ ସଂକ୍ରାନ୍ତରେ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ଦାୟିତ୍ୱରେ ଥିବା ମୋଟରଯାନ ନିରୀକ୍ଷକ ଶ୍ରୀବତ୍ସ ଦଳେଇ କୁହନ୍ତି, ସଂଶୋଧିତ ଆଇନ ଲାଗୁହେବା ପରେ ଲାଇସେନ୍ସ ଆବେଦନକାରୀଙ୍କ ସଂଖ୍ୟା ବଢ଼ିଛି। କେତେକ ଆବେଦନକାରୀ ଦଲାଲଙ୍କ କବଳରେ ପଡ଼ିଥିବା ନଜରକୁ ଆସିଛି। ଏ ନେଇ ତାଗିଦ୍‌ କରାଯାଇଛି। ଦଲାଲଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri