ନୂଆ ମୋଟର ଯାନ ନିୟମକୁ ନେଇ ଭୁବନେଶ୍ୱରରେ ହଙ୍ଗାମା: ପୋଲିସ ଗାଡ଼ି ସହ ୩ ସରକାରୀ ଗାଡ଼ିକୁ ଅଟକାଇ କାଗଜପତ୍ର ଯାଞ୍ଚ କଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ରାଜମହଲ ଛକରେ ନୂଆ ମୋଟର ଯାନ ନିୟମକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସରକାରୀ ଓ ପୋଲିସ ଗାଡିକୁ ଯାଞ୍ଚ ନ କରାଯାଇ ଛାଡ଼ିଦିଆଯାଉଥିବା ଅଭିଯୋଗ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱର ରାଜମହଲ ଛକରେ ପୋଲିସ ଗାଡ଼ି ସମେତ ୩ଟି ଗାଡି(ମୋ ବସ୍‌, ବିଏମ୍‌ସି ଗାଡି)କୁ ଅଟକାଇଥିଲେ ଲୋକେ।

ଏଥିସହ ଏସବୁ ଗାଡିର କାଗଜପତ୍ର ଠିକ୍‌ ଅଛି କି ନାହିଁ ଯାଞ୍ଚ କରିଥିଲେ। ଲୋକଙ୍କ କ୍ରୋଧଦେଖି ବିଏମ୍‌ସି ଗାଡ଼ିର ଚାଳକ ଚମ୍ପଟ ମାରିଥିବା ଜଣାପଡ଼ିଛି। ଏଥିସହ ମୋ ବସ୍‌ରେ ମାତ୍ରାଧିକ ଯାତ୍ରୀ ଉଠାଉଥିବା, ଡ୍ରାଇଭର ସିଟ୍‌ ବେଲ୍ଟ ବାନ୍ଧି ନ ଥିବା ଏବଂ ପୋଲିସ ପାଟ୍ରୋଲିଂ ଭ୍ୟାନର କାଗଜପତ୍ର ଠିକ୍‌ ନ ଥିବା ଅଭିଯୋଗ କରିଥିଲେ ଉତ୍ତ୍ୟକ୍ତ ଲୋକେ। ଏଥିରେ ସାମିଲ ହୋଇଛି ଅଟୋ ମହାସଂଘ। ଘଟଣାସ୍ଥଳରେ ବହୁ ସଂଖ୍ୟାରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବା ପାଇଁ ଲାଠି ଚାର୍ଜ କରିଛି। ସେଠାରେ ଏବେ ବି ପରିସ୍ଥତି ଉତ୍ତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri