ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୧୨, ବାଲେଶ୍ୱରର ୧୨, ନୟାଗଡ଼ ୩, ଯାଜପୁର ୨, ପୁରୀ ୧୦, ଭଦ୍ରକ ୬, ଦେବଗଡ଼, ସୁନ୍ଦରଗଡ଼ ଓ କଟକରୁ ଜଣେ ଲେଖାଏ ରହିଛନ୍ତି।
ତେବେ ଗଞ୍ଜାମର ୧୨ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେହିପରି ବାଲେଶ୍ୱରର ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୭ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ୨ ସୁରଟ, ୧ ମହାରାଷ୍ଟ୍ର ଓ ୧ ଦିଲ୍ଲୀ ଫେରନ୍ତା। ବାଲେଶ୍ୱରର ଅନ୍ୟ ଜଣେ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ନୟାଗଡ଼ର ୩ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ୱାରାଣ୍ଟାଇନରେ ଥିଲେ। ଯାଜପୁରର ୨ ଆକ୍ରାନ୍ତ ମଧ୍ୟ ସୁରଟ ଫେରନ୍ତା ହୋଇଥିବା ବେଳେ ଉଭୟ କ୍ୱାରାଣ୍ଟାଇନରେ ରହିଥିଲେ। ସେହିପରି ପୁରୀ ଜିଲାର ୧୦ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ସମସ୍ତେ କ୍ୱାରାଣ୍ଟାଇନାରେ ଥିଲେ। ଭଦ୍ରକର ୬ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ହୋଇତିବା ବେଳେ ସମସ୍ତେ କ୍ୱାରାଣ୍ଟାଇନରେ ରହିଥିଲେ। ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର ଚିହ୍ନଟ ଜଣେ ଲେଖାଏ ଆକ୍ରାନ୍ତ ଅହମ୍ମଦାବାଦ ଫେରନ୍ତା ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନରେ ଥିଲେ। ସେହିପରି କଟକ ଜିଲାର ଆକ୍ରାନ୍ତ ଜଣଙ୍କ ଅହମ୍ମଦାବାଦ ଫେରନ୍ତା ହୋଇଥିବା ବେଳେ ସେ କ୍ୱାରାଣ୍ଟାଇନରେ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri