ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର ଯୋଗଦେଇ କହିଲେ, ମଣିଷ ଓ ବିଜ୍ଞାନ ପରସ୍ପର ପରିପୂରକ। ବର୍ତ୍ତମାନ ବିଜ୍ଞାନ ବିନା ମଣିଷ ସମାଜ ଦୁର୍ବିଷହ ହୋଇପଡିଛି। ତେଣୁ ଛାତ୍ରୀଛାତ୍ରମାନେ ନୂତନ ଆବିଷ୍କାର କରିବା ପାଇଁ ଉଦ୍ୟମ ଜାରି ରଖନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ବିଜ୍ଞାନ ଶିକ୍ଷକ ଡା ଚନ୍ଦ୍ରମଣି ଲେଙ୍କା ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ନିରଞ୍ଜନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସୁରେଶ ବିଶ୍ବାଳ ଧନ୍ୟବାଦ ଦେଇଥିଲେ। ଧ୍ରୁବଚରଣ ସୁନ୍ଦରାୟ, ସୁମିତ୍ରା ଜେନା, ରୁଦ୍ରନାରାୟଣ ପରିଡା, ରୋଜାଲିନ ପତି, ପ୍ରଭାତି ସାହୁ, ଜ୍ୟୋତି ସାହୁ ପ୍ରମୁଖ ସହଯୋଗ କରିଥିଲେ। ଏହି ଉପଲକ୍ଷେ ବିଜ୍ଞାନ ଭିତିକ ଝୋଟି, ବକ୍ତୃୃତା ପ୍ରକଳ୍ପ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି କାମାକ୍ଷାନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପରିସରରେ ଅନୁଷ୍ଠିତ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଛି। କାମାକ୍ଷାନଗର ତହସିଲଦାର କୁମାର ରାଉତ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗୌର ଚନ୍ଦ୍ର ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିଚାଳନା କମିଟି ସଭାପତି ସଂଜିବ କୁମାର ମିଶ୍ର, ଉପସଭାପତି ବିଜୟ କୁମାର ସେନାପତି, ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁଙ୍କ ସମେତ ବିଦ୍ୟାଳୟର ସମସ୍ତ ଗୁରୁମାଗୁରୁଜୀ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri