ନୂତନ କ୍ୱାରାଣ୍ଟାଇନ୍‌ କେନ୍ଦ୍ର ସ୍ଥିତି ପରଖିଲେ ଜିଲାପାଳ

ଚୌଦ୍ୱାର,୨୫ା୪(ଡି.ଏନ୍‌.ଏ.) : କଟକ ଜିଲା ଚୌଦ୍ୱାର ସହାରାଞ୍ଚଳରେ ଗାନ୍ଧିଛକସ୍ଥିତ ଟାଉନ୍‌ହଲରେ ୬୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ ସେଣ୍ଟର ଚାଲୁ ରହିଛି। ଆସନ୍ତା ମେ’ ୩ ତାରିଖ ଲକ୍‌ଡାଉନ ହଟିବା ପରେ ରାଜ୍ୟ ବାହାରୁ ବହୁ ଶ୍ରମିକ ନିଜ ଅଞ୍ଚଳକୁ ଫେରିବା ଅନୁମାନ କରାଯାଉଛି। ଏହାକୁ ଲକ୍ଷ୍ୟ ରଖି ପୌରପାଳିକା ପକ୍ଷରୁ ପରିବାରବର୍ଗଙ୍କ ଜରିଆରେ ନାମ ପଞ୍ଜୀକରଣ କାର୍ଯ୍ୟ ଆରମ୍ଭ କରାଯାଇଛି। ଶନିବାର ସୁଦ୍ଧା ୨୦୦ରୁ ଊର୍ଦ୍ଧ୍ୱ ଲୋକ ଅବେଦନପତ୍ର ନେଇଥିବାବେଳେ ୩୮ଜଣ ପଞ୍ଜିକୃତ ହୋଇଥିବା ଜଣାପଡ଼ିଛି। ଏଥିପାଇଁ ଚୌଦ୍ୱାର ବାଳିକା ଛାତ୍ରୀନିବାସକୁ ୧୦୦ ଶଯ୍ୟା ବିଶିଷ୍ଟ ନୂତନ କ୍ୱାରାଣ୍ଟାଇନ୍‌ କେନ୍ଦ୍ର କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ା ଏନେଇ ଶନିବାର ଅପରାହ୍ନରେ କଟକ ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର ବାଳିକା ଛାତ୍ରୀ ନିବାସକୁ ପରିଦର୍ଶନ କରି ପାରିପାର୍ଶ୍ୱିକ ସଫେଇ, ଆଲୋକୀକରଣ, ପାନୀୟ ଜଳଯୋଗାଣ କେନ୍ଦ୍ରର ସ୍ବଚ୍ଛତା ଉପରେ ବିଶେଷ ଗୁରୁତ୍ୱ ଦେବାପାଇଁ ପୌରନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ବେହେରାଙ୍କୁ ପରାମର୍ଶ ଦେଇଥିଲେ। କଲେଜର ଅଧ୍ୟାପକ ସୁମନ୍ତ ସାହୁ, ହଷ୍ଟେଲର ୱାଡେନ ତଥା ଅଧ୍ୟାପକ ବସନ୍ତ କୁମାର ବିଶ୍ୱାଳ, ପୌର ନିର୍ବାହୀ ଯନ୍ତ୍ରୀ ଚମ୍ପକ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri