ନୂତନ ଖାଉଟି ସୁରକ୍ଷା ଆଇନକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି:ରାଜ୍ୟ ସ୍ବାର୍ଥକୁ ଗୁରୁତ୍ୱ ଦେଇ ନିୟମାବଳୀ କର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଖାଉଟି ସୁରକ୍ଷା ଆଇନ ୧୯୮୬ ବଦଳରେ କେନ୍ଦ୍ର ସରକାର ନୂତନ ଖାଦ୍ୟ ସୁରକ୍ଷା ଆଇନ-୨୦୧୯ ପ୍ରଣୟନ କରିଛନ୍ତି। ଏହି ଆଇନ କାର୍ଯ୍ୟକାରୀ କରିବାକୁ ଆବଶ୍ୟକୀୟ ନିୟମାବଳୀ ପ୍ରସ୍ତୁତ କରାଯାଉଥିବା ପରିପ୍ରେକ୍ଷୀରେ ରାଜ୍ୟର ସ୍ବାର୍ଥକୁ ଦୃଷ୍ଟିରେ ରଖିବା ଆବଶ୍ୟକ। ଏଥିପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ନିର୍ଦ୍ଦିଷ୍ଟ ପ୍ରସ୍ତାବକୁ ନିୟମାବଳୀରେ ଅନ୍ତର୍ଭୁକ୍ତ କରିବା ପାଇଁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମବିଳାସ ପାଶ୍ୱାନ୍‌ଙ୍କୁ ଚିଠି ଲେଖିଛନ୍ତି।
କେନ୍ଦ୍ରମନ୍ତ୍ରୀ ପାଶ୍ୱାନଙ୍କୁ ଲେଖିଥିବା ଚିଠିରେ ମନ୍ତ୍ରୀ ସ୍ବାଇଁ ଉଲ୍ଲେଖ କରିଛନ୍ତି ଯେ, ନୂତନ ଆଇନ ଅନୁଯାୟୀ କେନ୍ଦ୍ରୀୟ ଖାଉଟି ସୁରକ୍ଷା ପରିଷଦରେ ରାଜ୍ୟ ସରକାରଙ୍କ ଖାଉଟି କଲ୍ୟାଣ ବିଭାଗ ସଚିବଙ୍କୁ ସଭ୍ୟ ହିସାବରେ ଅନ୍ତର୍ଭୁକ୍ତ କରାଯାଉ। ଆଇନର ଧାରା ୨୯ ଅନୁଯାୟୀ ଜିଲା ଖାଉଟି ବିବାଦ ସମାଧାନ ଆୟୋଗରେ ସଭାପତି ଓ ସଭ୍ୟମାନଙ୍କ ଇସ୍ତଫା ଗ୍ରହଣ ଏବଂ ଅପସାରଣ କ୍ଷମତା ରାଜ୍ୟ ହାତରେ ନ୍ୟସ୍ତ କରାଯିବାର ଆବଶ୍ୟକତା ଅଛି। ସେହିପରି ଧାରା ୩୦ ଅନୁଯାୟୀ ଜିଲା ଆୟୋଗ ସଭାପତି ଓ ସଦସ୍ୟମାନଙ୍କ ଦରମା, ଭତ୍ତା ଆଦି ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବାକୁ ପ୍ରସ୍ତାବ ଦିଆଯାଇଛି। ଅଭିଯୋଗ ଦାଖଲ କରିବା ସମୟରେ ଖାଉଟି ନଗଦ କିମ୍ବା ଇଲେକ୍‌ଟ୍ରୋନିକ୍‌ ଫର୍ମାଟ୍‌ରେ ଦାଖଲ କରିଥିବା ଦେୟଗୁଡ଼ିକ ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ ହେଡ୍‌ସ ଅଫ୍‌ ଆକାଉଣ୍ଟରେ ଦାଖଲ ହେବ। ଏହି ଅର୍ଥରାଶିକୁ ରାଜ୍ୟ ଖାଉଟି କଲ୍ୟାଣ ପାଣ୍ଠିରେ ଜମା ରଖାଯିବ। ଖାଉଟି ବିବାଦ ସମାଧାନ ଆୟୋଗଙ୍କ ଇସ୍ତଫା ଗ୍ରହଣ କିମ୍ବା ଅପସାରଣ କ୍ଷମତା ରାଜ୍ୟ ସରକାରଙ୍କ ନିକଟରେ ନ୍ୟସ୍ତ କରିବା ଦରକାର। ସେହିପରି ରାଜ୍ୟ କମିଶନର ସଭାପତି ଓ ସଭ୍ୟମାନଙ୍କ ଦରମା ଓ ଭତ୍ତା ଆଦି ଖର୍ଚ୍ଚ କେନ୍ଦ୍ର ସରକାରଙ୍କ ଦ୍ୱାରା ବହନ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଖାଉଟି ମଧ୍ୟସ୍ଥତା ସେଲ୍‌ ରାଜ୍ୟ ସରକାରଙ୍କ ଦ୍ବାରା ସୁପାରିସକ୍ରମେ କରାଯାଉ। ଇ-କମର୍ସ ଓ ସିଧାସଳଖ ବିକ୍ରି ବ୍ୟବସ୍ଥାରେ ଅନୈତିକ ବ୍ୟବସାୟ ରୋକିବା ଓ ଖାଉଟିମାନଙ୍କ ସ୍ବାର୍ଥରକ୍ଷା ଦିଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମୁଚିତ ପଦକ୍ଷେପ ନେବା ଆବଶ୍ୟକ। କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ କୌଣସି ଖାଉଟି ବିବାଦ ସମ୍ପର୍କରେ ସିଧାସଳଖ ଜିଲାପାଳଙ୍କଠାରୁ ରିପୋର୍ଟ ତଲବ କରିବା ବ୍ୟବସ୍ଥା ରହିଛି। କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷଙ୍କ ମୁଖ୍ୟାଳୟ ନୂଆଦିଲ୍ଲୀଠାରେ ରହିବାର ବ୍ୟବସ୍ଥା ରହିଛି ମାତ୍ର ଓଡ଼ିଶା ସହିତ ସମସ୍ତ ରାଜ୍ୟଗୁଡିକରେ ଏହାର ଆଞ୍ଚଳିକ କର୍ଯ୍ୟାଳୟ ଖୋଲାଯାଉ। କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ ରାଜ୍ୟ କିମ୍ବା ଜିଲା କମିଶନର ଖାଉଟି ମାମଲାରେ ସିଧାସଳଖ ହସ୍ତକ୍ଷେପ କରିବାର କ୍ଷମତା ରହିଥିବାବେଳେ ଏଥିରେ ପରିବର୍ତ୍ତନ କରାଯିବାର ଆବଶ୍ୟକତା ରହିଛି। ନିର୍ଦ୍ଦିଷ୍ଟ ମାମଲା ସମ୍ପର୍କରେ ପ୍ରଥମେ ରାଜ୍ୟ ସରକାରଙ୍କ ମତାମତ ନେବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri