ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଲା : ନିର୍ମାଣ ହୋଇପାରୁନି ସମ୍ମୁଖ ରାସ୍ତା

ଢେଙ୍କାନାଳ ଅଫିସ,୨୮ା୫ ଢେଙ୍କାନାଳ ସହରସ୍ଥିତ ଦକ୍ଷିଣକାଳୀ ରୋଡରେ ନିର୍ମିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନି ଚିକିତ୍ସାଳୟରୁ ନିକଟରୁ ୫୫ନଂ ଜାତୀୟ ରାଜପଥକୁ ସଂଯୋଗ ପାଇଁ ଥିବା ସମ୍ମୁଖ ରାସ୍ତା। ଏଥି ନିମନ୍ତେ ଜାଗା ଚିହ୍ନଟ ପ୍ରସ୍ତାବ କେବଳ କାଗଜକଲମରେ ସୀମିତ ରହିଯାଇଛି। ଫଳରେ ଚିକିତ୍ସାଳୟର ପଛପାଖ ରାସ୍ତାଦେଇ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ, ଜନସାଧାରଣ ସମେତ ଚିକିତ୍ସକ, ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଯାତାୟାତ କରୁଛନ୍ତି। ଏପରିକି ପଛପାଖ ରାସ୍ତାଦେଇ ଆମ୍ବୁଲାନ୍ସ ମଧ୍ୟ ଯିବା ଆସିବା କରୁଛି।
୨୦୧୮ ମେ ୨୬ରେ ୫୦ କୋଟି ଟଙ୍କା ବ୍ୟୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ ହୋଇଥିଲା। ସେହି ସମୟରେ ସମ୍ମୁଖ ରାସ୍ତା ପାଇଁ ତୁରନ୍ତ ଜାଗା ଚିହ୍ନଟ କରି ନିର୍ମାଣ କାର୍ଯ୍ୟ କରିବା ନିମନ୍ତେ ସ୍ବାସ୍ଥ୍ୟମନ୍ତ୍ରୀ ତତ୍କାଳୀନ ଜିଲାପାଳଙ୍କୁ କହିଥିଲେ। କିନ୍ତୁ ଏହା ମଧ୍ୟରେ ଏକ ବର୍ଷ ବିତି ଯାଇଥିଲେ ମଧ୍ୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମ୍ମୁଖ ରାସ୍ତା ନିର୍ମାଣ ପାଇଁ ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ତପତ୍ରତା ପ୍ରକାଶ ପାଉନାହିଁ ା ବର୍ତ୍ତମାନ ସହର ମଧ୍ୟରୁ ଦକ୍ଷିଣକାଳୀ ରୋଡ ଦେଇ ଏବଂ ୫୫ନଂ ଜାତୀୟ ରାଜପଥରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପାର୍ଶ୍ୱକୁ ଆସିଥିବା ରାସ୍ତା ଅଧିକ ପ୍ରଶସ୍ତ ନ ଥିବାରୁ ଜରୁରୀ ସମୟରେ ଆମ୍ବୁଲାନ୍ସ ଏବଂ ରୋଗୀଙ୍କୁ ନେଇ ଯାନବାହନ ଯିବା ଆସିବା କରିବାରେ ସମସ୍ୟା ସୃଷ୍ଟି ହେଉଛି। ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜରୁରୀ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର ହେଉଥିବା ରୋଗୀମାନଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ମଧ୍ୟ ଜନଗହଳି ରାସ୍ତାରେ ସମସ୍ୟାର ସମ୍ମୁଖୀନ ହେଉଛି। ଏସବୁକୁ ନଜରରେ ରଖି ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ୫୫ ନଂ ଜାତୀୟ ରାଜପଥକୁ ସିଧାସଳଖ ସଂଯୋଗ କରିବା ପାଇଁ ରାସ୍ତା ନିର୍ମାଣ ଜରୁରୀ ହୋଇପଡିଛି। ଏଥିପାଇଁ ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ କୁହନ୍ତି, ଗତବର୍ଷ ସମ୍ମୁଖ ରାସ୍ତା ନିର୍ମାଣ ପାଇଁ ପ୍ରସ୍ତାବ ଯାଇଥିଲା। ଏହି ରାସ୍ତା ନିର୍ମାଣ ନିମନ୍ତେ ପୂର୍ତ୍ତ ବିଭାଗ ସହ ଆଲୋଚନା କରି ଯଥାସମ୍ଭବ ଶୀଘ୍ର ରାସ୍ତା ନିର୍ମାଣ ପାଇଁ ଜାଗା ଚିହ୍ନଟ ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri