ନୂତନ, ସଶକ୍ତ ଓଡ଼ିଶା ଗଠନ ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଲୋକ କୈନ୍ଦ୍ରିକ ଶାସନ ହେଉଛି ଗଣତନ୍ତ୍ରର ମୁଖ୍ୟ ଆକର୍ଷଣ। ଓଡ଼ିଶାବାସୀଙ୍କ ଲଗାତର ଭରସା ମୋ ସରକାରକୁ ଭଲ କାମ କରିବାକୁ ପ୍ରେରଣା ଏବଂ ଶକ୍ତି ଯୋଗାଇଛି। ଏକଦା ଗରିବ ଓ ପ୍ରାକୃତିକ ଦୁର୍ବିପାକ ପ୍ରବଣ ରାଜ୍ୟ ଭାବେ ପରିଚିତ ହେଉଥିବା ଓଡ଼ିଶାର ପରିଚୟ ଆଜି ବଦଳିଛି। ସମଗ୍ର ଦେଶର ଦାରିଦ୍ର୍ୟ ଦୂରୀକରଣ କ୍ଷେତ୍ରରେ ଓଡ଼ିଶା ଆଗରେ ରହିଥିବାବେଳେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶ୍ୱରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।  ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣରେ ଧନ୍ୟବାଦ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ, ନୂତନ ଏବଂ ସଶକ୍ତ ଓଡ଼ିଶା ଗଠନ କରିବା ସର୍ବଦା ଆମର ପ୍ରଥମ ଲକ୍ଷ୍ୟ ହୋଇ ରହିଆସିଛି। ଗତ ୨୦ବର୍ଷର ଶାସନକାଳରେ ଆମେ ରାଜ୍ୟବାସୀଙ୍କୁ ଯାହା ପ୍ରତିଶ୍ରୁତି ଦେଇଛୁ ତାହାକୁ ପୂରଣ କରିଛୁ। ଏକମାତ୍ର ରାଜ୍ୟଭାବେ କୃଷକଙ୍କ ଆୟକୁ ଦୁଇଗୁଣ କରିବାରେ ଓଡ଼ିଶା ସଫଳ ହୋଇଛି। ଗତ ଦଶନ୍ଧିରେ ୮୦ଲକ୍ଷ ଲୋକଙ୍କ ଦାରିଦ୍ର୍ୟ ଦୂରୀକରଣ କରିବାସହ ଚାଷୀ ପରିବାରର ଆର୍ଥିକ ଅବସ୍ଥାରେ ଉନ୍ନତି ଆଣିପାରିଛୁ। ଓଡ଼ିଶା ସରକାର ଆରମ୍ଭ କରିଥିବା କାଳିଆ ଯୋଜନା ନିଜର ସ୍ବତନ୍ତ୍ରତା ଲାଗି ସମଗ୍ର ଦେଶପାଇଁ ଏକ ମଡେଲ ହୋଇପାରିଛି। ଚାଷୀମାନଙ୍କ ଆବଶ୍ୟକତାକୁ ଏହା ପୂରଣ କରିଛି। ଏହି ଯୋଜନା ମାଧ୍ୟମରେ ଆମେ ୫୦ଲକ୍ଷ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ ପରିବାରକୁ ସହାୟତା ଯୋଗାଇଦେଇଥିବାବେଳେ ୨୫ଲକ୍ଷ ଭୂମିହୀନ ଚାଷୀଙ୍କୁ ସହାୟତା ଦେଇଛୁ। ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବିନା କୌଣସି ପ୍ରତିବନ୍ଧକରେ ଗରିବ ଏବଂ ଧନୀ ସବୁ ବର୍ଗର ଲୋକଙ୍କୁ ସରକାରୀ ମେଡିକାଲରେ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇଦେଇଛି। ମ୍ୟାଲେରିଆ ନିରାକରଣ କ୍ଷେତ୍ରରେ ଓଡ଼ିଶା ରେକର୍ଡ କରିଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଓଡ଼ିଶା ମଡେଲକୁ ବିଶ୍ୱସ୍ତରରେ ପ୍ରଶଂସା କରିଛି। ମହିଳା ସଶକ୍ତୀକରଣ ସର୍ବଦା ମୋ ସରକାରର ପ୍ରାଥମିକତା ହୋଇ ରହିଆସିଛି। ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ସାମାଜିକ ଓ ଆର୍ଥିକ ଅବସ୍ଥାରେ ବିଶେଷ ଉନ୍ନତି ଆସିଛି। ସେହିଭଳି ସ୍ବୟଂ ସହାୟକ ଗୋଷ୍ଠୀ ରାଜ୍ୟର ପ୍ରତିକୋଣ ଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାରେ ସଫଳ ହୋଇଛି। ମମତା ଯୋଜନା ମାଧ୍ୟମରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ମା’ ଉପକୃତ ହୋଇଛନ୍ତି। ନ୍ୟୁଟ୍ରିଶନ ଚାମ୍ପିୟନ ରାଜ୍ୟଭାବେ ଓଡ଼ିଶା ପରିଚୟ ପାଇଛି। ଜାଗା ମିଶନ, ନିରନ୍ତର ପାନୀୟ ଜଳ ଯୋଗାଣ ଭଳି ବିଭିନ୍ନ ଯୋଜନା ମାଧ୍ୟମରେ ସହରରେ ରହୁଥିବା ଲୋକଙ୍କର ଜୀବନଜୀବିକାର ଉନ୍ନତି ହୋଇଆସିଛି। ୫ଲକ୍ଷରୁ ଊର୍ଦ୍ଧ୍ୱ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରଙ୍କୁ ହଷ୍ଟେଲ ଏବଂ ଶିକ୍ଷାଦାନ ସୁବିଧା ଯୋଗାଇ ଦିଆଯାଇଛି। ‘୫ଟି’ ମନ୍ତ୍ର ସମସ୍ତ ସରକାରୀ ବିଭାଗ ଏବଂ ସରକାରୀ କାର୍ଯ୍ୟାଳୟରେ ଲାଗୁ ହେବାପରେ ଶାସନ ବ୍ୟବସ୍ଥାରେ ଅନେକ ସୁଧାର ଆସିଛି। ସରକାର ଲୋକଙ୍କ ପାଖରେ ପହଞ୍ଚତ୍ବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହାମଧ୍ୟରେ ଓଡ଼ିଶା ସରକାର ଏବେ ଯୁବପିଢିଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବାକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଶିଳ୍ପାୟନ, ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ, ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର, ଷ୍ଟାର୍ଟଅପ୍‌ ହବ୍‌, ପର୍ଯ୍ୟଟନର ବିକାଶ ଆଦି ଏକ ନୂତନ ଏବଂ ସଶକ୍ତ ଓଡ଼ିଶା ଗଠନ ଆଡ଼କୁ ଅଗ୍ରସହ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri