‘ନୃତ୍ୟମ୍‌’ର ୨୨ତମ ବାର୍ଷିକ ଉତ୍ସବ: ‘ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାର ବିକଶିତ ହେବେ’

ଢେଙ୍କାନାଳ ଅଫିସ, ୬।୬: ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟମ୍‌’ର ୨୨ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଗୋପବନ୍ଧୁ ଟାଉନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ, ଦୀର୍ଘ ୨୨ବର୍ଷ ହେଲା ‘ନୃତ୍ୟମ୍‌’ ଅନୁଷ୍ଠାନ କଳା ସଂସ୍କୃତିର ପ୍ରଚାର ପାଇଁ ଉଦ୍ୟମ ଜାରି ରଖିଛି। ଏପରି ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାରମାନେ ବିକଶିତ ହେବେ। ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବାକୁ ସୁଯୋଗ ପାଇବେ।
ମୁଖ୍ୟବକ୍ତା ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର କହିଲେ, ଢେଙ୍କାନାଳ ଐତିହ୍ୟସମ୍ପନ୍ନ ଜିଲା। ଏହି ମାଟି ସଂଗ୍ରାମୀଙ୍କ ମାଟି। ଶହୀଦ ବାଜି ରାଉତଙ୍କ ବଳିଦାନ ଆଜି ବି ସମସ୍ତଙ୍କ ପ୍ରେରଣା ହୋଇରହିଛି। ଏହାର ସଦ୍ୟତମ ଉଦାହରଣ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶ। ସେ ପଞ୍ଚଭୂତରେ ବିଲୀନ ହୋଇଯାଇଛନ୍ତି ସତ, ହେଲେ ତାଙ୍କର ସାହସିକତା ପାଇଁ ସେ ସର୍ବଦା ଅମର ହୋଇ ରହିବେ ବୋଲି ସେ କହିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ନୃତ୍ୟଗୁରୁ ପୁଷ୍ପରଞ୍ଜନ ମଙ୍ଗରାଜ, ସଙ୍ଗୀତ ଗୁରୁ ନିମାକାନ୍ତ ରାଉତରାୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରାରମ୍ଭରେ କଳ୍ପନା ଦାଶଙ୍କ ସ୍ମୃତିରେ ନୀରବ ପ୍ରାର୍ଥନା କରାଯାଇଥିଲା।
କଣ୍ଠଶିଳ୍ପୀ ଗଣେଶ ମିଶ୍ର ସଙ୍ଗୀତ ପରିବେଷଣ କରିଥିଲେ। ଏହାପରେ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ପଲ୍ଲବୀ, ଅଭିନୟ ମିତ ଚାହାଁରେ, ଘୁମୁରା, ସଚ୍ଚି ରାଉତରାୟଙ୍କ ଲିଖିତ ଏବଂ ଗୁରୁ ନିରଞ୍ଜନ ରାଉତଙ୍କ ନିର୍ଦ୍ଦେଶନାରେ ଛୋଟ ମୋର ଗାଁଟି ଅଭିନୟ ପରିବେଷିତ ହୋଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷା ମନୋରମା ସିଂ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଜିଲା ସଂସ୍କୃତି ପରିଷଦ ସଂଯୋଜକ ଅବନୀ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସମ୍ପାଦିକା ସଙ୍ଗୀତା ସିଂ, କୋଷାଧ୍ୟକ୍ଷ ରବିନ ଗାନ୍ଧୀ ପ୍ରମୁଖ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri