‘ନୃତ୍ୟମ୍‌’ର ୨୨ତମ ବାର୍ଷିକ ଉତ୍ସବ: ‘ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାର ବିକଶିତ ହେବେ’

ଢେଙ୍କାନାଳ ଅଫିସ, ୬।୬: ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟମ୍‌’ର ୨୨ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଗୋପବନ୍ଧୁ ଟାଉନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ, ଦୀର୍ଘ ୨୨ବର୍ଷ ହେଲା ‘ନୃତ୍ୟମ୍‌’ ଅନୁଷ୍ଠାନ କଳା ସଂସ୍କୃତିର ପ୍ରଚାର ପାଇଁ ଉଦ୍ୟମ ଜାରି ରଖିଛି। ଏପରି ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାରମାନେ ବିକଶିତ ହେବେ। ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବାକୁ ସୁଯୋଗ ପାଇବେ।
ମୁଖ୍ୟବକ୍ତା ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର କହିଲେ, ଢେଙ୍କାନାଳ ଐତିହ୍ୟସମ୍ପନ୍ନ ଜିଲା। ଏହି ମାଟି ସଂଗ୍ରାମୀଙ୍କ ମାଟି। ଶହୀଦ ବାଜି ରାଉତଙ୍କ ବଳିଦାନ ଆଜି ବି ସମସ୍ତଙ୍କ ପ୍ରେରଣା ହୋଇରହିଛି। ଏହାର ସଦ୍ୟତମ ଉଦାହରଣ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶ। ସେ ପଞ୍ଚଭୂତରେ ବିଲୀନ ହୋଇଯାଇଛନ୍ତି ସତ, ହେଲେ ତାଙ୍କର ସାହସିକତା ପାଇଁ ସେ ସର୍ବଦା ଅମର ହୋଇ ରହିବେ ବୋଲି ସେ କହିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ନୃତ୍ୟଗୁରୁ ପୁଷ୍ପରଞ୍ଜନ ମଙ୍ଗରାଜ, ସଙ୍ଗୀତ ଗୁରୁ ନିମାକାନ୍ତ ରାଉତରାୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରାରମ୍ଭରେ କଳ୍ପନା ଦାଶଙ୍କ ସ୍ମୃତିରେ ନୀରବ ପ୍ରାର୍ଥନା କରାଯାଇଥିଲା।
କଣ୍ଠଶିଳ୍ପୀ ଗଣେଶ ମିଶ୍ର ସଙ୍ଗୀତ ପରିବେଷଣ କରିଥିଲେ। ଏହାପରେ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ପଲ୍ଲବୀ, ଅଭିନୟ ମିତ ଚାହାଁରେ, ଘୁମୁରା, ସଚ୍ଚି ରାଉତରାୟଙ୍କ ଲିଖିତ ଏବଂ ଗୁରୁ ନିରଞ୍ଜନ ରାଉତଙ୍କ ନିର୍ଦ୍ଦେଶନାରେ ଛୋଟ ମୋର ଗାଁଟି ଅଭିନୟ ପରିବେଷିତ ହୋଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷା ମନୋରମା ସିଂ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଜିଲା ସଂସ୍କୃତି ପରିଷଦ ସଂଯୋଜକ ଅବନୀ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସମ୍ପାଦିକା ସଙ୍ଗୀତା ସିଂ, କୋଷାଧ୍ୟକ୍ଷ ରବିନ ଗାନ୍ଧୀ ପ୍ରମୁଖ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri