Posted inଜାତୀୟ

ନୃପେନ୍ଦ୍ର ମିଶ୍ର ହୋଇପାରନ୍ତି ଜମ୍ମୁ-କଶ୍ମୀର ଉପରାଜ୍ୟପାଳ

ନୂଆଦିଲ୍ଲୀ,୩୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ନୃପେନ୍ଦ୍ର ମିଶ୍ର ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେବା ପରେ ସେ କେଉଁ ପଦବୀରେ ଅବସ୍ଥାପିତ ହେବେ ତାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ୧୯୭୭ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଆଇଏଏସ୍‌ ଅଧିକାରୀ ନବଗଠିତ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳ ହୋଇପାରନ୍ତି ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଅନୁରୋଧକ୍ରମେ ସେ ଆଉ ଦୁଇସପ୍ତାହ ପିଏମ୍‌ଓରେ କାର୍ଯ୍ୟ କରିବାକୁ ରାଜି ହୋଇଛନ୍ତି। ପିଏମ୍‌ଓରେ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରିଥିବା ନୃପେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କର ଅତି ବିଶ୍ୱସ୍ତ। ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା।
ନୃପେନ୍ଦ୍ରଙ୍କୁ ଦିଲ୍ଲୀର ଉପରାଜ୍ୟପାଳ କରାଯାଇପାରେ ବୋଲି ମଧ୍ୟ ଶୁଣିବାକୁ ମିଳୁଛି। ମୋଦି ୨୦୧୪ରେ କେନ୍ଦ୍ରରେ ନେତୃତ୍ୱ ନେବାବେଳେ ନୃପେନ୍ଦ୍ର ତାଙ୍କୁ ଅନେକ ଶିକ୍ଷା ଓ ମାର୍ଗଦର୍ଶନ ଦେଇଥିଲେ, ଯାହା ଅତ୍ୟନ୍ତ ମୂଲ୍ୟବାନ ଥିଲା। ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ, ଯାହାଙ୍କର ସରକାରୀ ନୀତି ଓ ପ୍ରଶାସନ ଉପରେ ଦଖଲ ରହିଥିବା ପ୍ରଧାନମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ଏବେ ତାଙ୍କ ପାଇଁ ଜନସାଧାରଣ ତଥା ଜାତୀୟ ସ୍ବାର୍ଥ ନିମନ୍ତେ କାର୍ଯ୍ୟ କରିବାର ସମୟ ଆସିଛି ବୋଲି ଇସ୍ତଫା ନିଷ୍ପତ୍ତି ପରେ ନୃପେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri